ନଓ୍ବାଜ କଲେ ପର୍ଦ୍ଦାଫାଶ,ଆଣବିକ ପରୀକ୍ଷଣ ନ କରିବା ଲାଗି ବିଲ କ୍ଲିଣ୍ଟନ ଦେଇଥିଲେ ୫ ବିଲିୟନ ଡଲାରର ଅଫର…

ଇସଲାମାବାଦ, ୨୨୧୦: ପାକିସ୍ତାନକୁ ଫେରିବାର କିଛି ଘଣ୍ଟା ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ତାଙ୍କ କାର୍ଯ୍ୟକାଳର ସଫଳତା ବିଷୟରେ କହିବା ସହିତ ୧୯୯୮ରେ ଆଣବିକ ପରୀକ୍ଷଣ କରି ଭାରତର ଆଣବିକ ବିସ୍ଫୋରଣକୁ ସେ କିପରି ଉପଯୁକ୍ତ ଉତ୍ତର ଦେଇଥିଲେ,ସେ ସମ୍ପର୍କରେ ସୂଚନା ଦେଇଛନ୍ତି। ତେବେ ଆଣବିକ ପରୀକ୍ଷଣ ନ କରିବାକୁ ତାଙ୍କୁ ୫ ବିଲିୟନ ଡଲାର ଅଫର ଆମେରିକା ରାଷ୍ଟ୍ରପତି ବିଲ କ୍ଲିଣ୍ଟନ ଦେଇଥିଲେ ବୋଲି ସେ କହିଛନ୍ତି।

୧୯୯୮ରେ ଯେତେବେଳେ ଭାରତ ଆଣବିକ ପରୀକ୍ଷଣର ଜବାବ ପାକିସ୍ତାନ ଦେବାକୁ ଚାହୁଁଥିଲା ସେତେବେଳେ ସରିଫଙ୍କ ଉପରେ ବିଦେଶୀ ସରକାରଙ୍କ ପକ୍ଷରୁ ପ୍ରବଳ ଚାପ ପକାଯାଇଥିବା କହିଛନ୍ତି। ସେ କହିଛନ୍ତି, ବୈଦେଶିକ କାର୍ଯ୍ୟାଳୟରେ ଏକ ରେକର୍ଡ ରହିଥିବ କ୍ଲିଣ୍ଟନ ମୋତେ ୫ ବିଲିୟନ ଡଲାର ପ୍ରଦାନ କରିବାକୁ କହିଥିଲେ। ୧୯୯୯ରେ ଏହା ଘଟିଥିଲା ମୋତେ ମଧ୍ୟ ଏକ ବିଲିୟନ ଡଲାର ଦିଆଯାଇଥାନ୍ତା, କିନ୍ତୁ ମୁଁ ପାକିସ୍ତାନୀ ମାଟିରେ ଜନ୍ମ ହୋଇଛି ଏବଂ ଏହା ମୋତେ ପାକିସ୍ତାନର ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ଦେଇ ନ ଥିଲା।

ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଇମ୍ରାନ ଖାନଙ୍କୁ ଲକ୍ଷ୍ୟ କରି ସେ କହିଛନ୍ତି, ମୋତେ କୁହ, ଯଦି ମୋ ସ୍ଥାନରେ ଅନ୍ୟ କେହି ଥାଆନ୍ତେ, ତେବେ ଆମେରିକାର ରାଷ୍ଟ୍ରପତିଙ୍କ ଚାପ ଆଗରେ ନୋଇଯାଇଥାନ୍ତେ। ବିଭିନ୍ନ ଚାପ ସତ୍ତ୍ୱେ ମୁଁ ଆଣବିକ ପରୀକ୍ଷଣ କରିଛି ଏବଂ ଆଣବିକ ପରୀକ୍ଷଣ କରି ଭାରତକୁ ଉପଯୁକ୍ତ ଉତ୍ତର ଦେଇଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ

ବ୍ରସେଲ୍ସ,୧୭।୮: ବେଲଜିୟମ୍‌ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍‌ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri