ଧୋକା ଦେଇଥିଲେ ଏହି ଅଭିନେତା, ଭୋ ଭୋ ହୋଇ କାନ୍ଦିଥିଲେ ନଓ୍ବାଜ୍‌

ଅଭିନେତା ନୱାଜୁଦ୍ଦିନ ସିଦ୍ଦିକି ତାଙ୍କ ଅଭିନୟ ଜରିଆରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରନ୍ତି। ପରଦାରେ ପ୍ରତ୍ୟେକ ଚରିତ୍ରକୁ ନିଖୁଣ ଭାବେ ଦେଖାଇଥାନ୍ତି ସେ। ନୱାଜୁଦ୍ଦିନ ତାଙ୍କ ଜୀବନରେ ଅନେକ ସଂଘର୍ଷ କରିଛନ୍ତି। ଏକ ସମୟ ଥିଲା ଯେତେବେଳେ ତାଙ୍କୁ ଫିଲ୍ମ ମିଳୁ ନ ଥିଲା। ସେ ଅନ୍ୟ କଳାକାରଙ୍କ ପାଇଁ ହିନ୍ଦୀ ପ୍ରଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ନିକଟରେ ଏକ ସାକ୍ଷାତକାରରେ ନୱାଜ ଦକ୍ଷିଣ ଭାରତୀୟ ଅଭିନେତା କମଲ ହାସନଙ୍କ ସହ ଏକ ଘଟଣାକୁ ମନେ ପକାଇଥିଲେ। ୨୦୦୦ରେ ମୁକ୍ତିଲାଭ କରିଥିବା ଫିଲ୍ମ ହେ ରାମରେ ସେ କମଲଙ୍କ ସହ କାମ କରିଥିଲେ। ଯଦିଓ ସେ ଏହି ଫିଲ୍ମରେ ଅଭିନୟ କରିପାରି ନ ଥିଲେ କିନ୍ତୁ ସେ କମଲ ହାସନଙ୍କ ହିନ୍ଦୀ ପ୍ରଶିକ୍ଷକ ଭାବେ କାର୍ଯ୍ୟ କରିଥିଲେ। ଏଭଳି ପରିସ୍ଥିତିରେ ସେ ତାଙ୍କ ସହ ବହୁତ ସମୟ ବିତାଇବାକୁ ସୁଯୋଗ ପାଇଲେ। ସେହି ଫିଲ୍ମରେରେ କମଲ ତାଙ୍କୁ ଏକ ଛୋଟ ଭୂମିକା ମଧ୍ୟ ଦେବେ ବୋଲି ପ୍ରତିଶୃତି ଦେଇଥିଲେ। ଏହି ଫିଲ୍ମରେ ତାଙ୍କୁ ପୀଡିତାଙ୍କ ଭୂମିକା ଦିଆଯାଇଥିଲା। ପୀଡିତ ଜଣଙ୍କୁ କମଲ ହାସନଙ୍କୁ ବଞ୍ଚାଇବାର ଦାୟିତ୍ୱ ଦିଆଯାଇଥିଲା। ନୱାଜ ସେହି ଭୂମିକା ପାଇ ବହୁତ ଖୁସି ଥିଲେ। ପରେ କିନ୍ତୁ ନ ପଚାରି ଫିଲ୍ମରୁ ତାଙ୍କ ଭୂମିକାକୁ ହଟାଇ ଦିଆଯାଇଥିଲା। ଏହା ଜାଣିବା ପରେ ନଓ୍ବାଜ୍‌ ଆଶ୍ଚର୍ଯ୍ୟ ହେବା ସହ ଭୋ ଭୋ ହୋଇ କାନ୍ଦିଥିଲେ। ତାଙ୍କ ହୃଦୟ ସେଦିନ ଭାଙ୍ଗି ଯାଇଥିଲା ବୋଲି ନଓ୍ବାଜ୍‌ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri