ରାଗିଲେ ନୱାଜୁଦ୍ଦିନ

ମୁମ୍ବାଇ: ବଲିଉଡ୍‌ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ନୱାଜୁଦ୍ଦିନ ସିଦ୍ଦିକି । ଅନେକ ସଂଘର୍ଷ ପରେ ସେ ଆଜି ଜଣେ ଆଗଧାଡିର ଅଭିନେତା ପାଲଟି ଯାଇଛନ୍ତି । ଏମିତିକି ଏବେ ସେ ଯେଉଁ ଫିଲ୍ମରେ ଅଭିନୟ କରୁଛନ୍ତି ତାହା ପ୍ରାୟତଃ ହିଟ୍ ସାବ୍ୟସ୍ତ ହେଉଛି । କିଛିଦିନ ହେବ ବଲିଉଡ୍‌ରେ ନେପୋଟିଜିମକୁ ନେଇ ବିବାଦ ଲାଗି ରହିଛି । ଏହାକୁ ନେଇ କିଏ କେତେ କଥା କହୁଥିବା ବେଳେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ନୱାଜୁଦ୍ଦିନ । ସେ କହିଛନ୍ତି ବଲିଉଡ୍‌ରେ ନେପୋଟିଜିମକୁ ନେଇ ଯେଉଁ ଆଲୋଚନା ସମାଲୋଚନା କରାଯାଉଛି ତାକୁ ବନ୍ଦ କରାଯାଉ । ବିଶେଷ କରି ଯେଉଁମାନେ ବଲିଉଡ୍‌କୁ ଖରାପ ବୋଲି କହୁଛନ୍ତି ତାହା ବନ୍ଦ କରନ୍ତୁ ବୋଲି ସେ କହିଛନ୍ତି । ତାଙ୍କ ମତରେ ଏହି ବିବାଦ ବଢି ଚାଲିଥିବା ବେଳେ ଏହା ଏବେ ଯେଉଁଠି ପହଞ୍ଚିଲାଣି ଲୋକେ ଭାବିବେ ବଲିଉଡ୍ ଇଣ୍ଡଷ୍ଟ୍ରିରେ ମର୍ଡର କରାଯାଏ. ଅଭିନେତା ଅଭିନେତ୍ରୀ ନିଶା ସେବାନ କରନ୍ତି ଗଞ୍ଜେଇ ଟାଣନ୍ତି ଇତ୍ୟାଦି । ତେଣୁ ଏବେ ବଲିଉଡ୍‌କୁ ନେଇ ଚାଲିଥିବା ଇନ୍‌ସାଇଡର- ଆଉଟ୍‌ସାଇଡର ସହ ନୋପୋଟିଜିମ ବନ୍ଦ ହେବା ଦରକାର । କାରଣ ଏହା ଶୁଣିବାକୁ ଆଦୌ ଭଲ ଲାଗୁନି । ସୂଚନାଯୋଗ୍ୟ, ଗତ ଜୁନ୍ ମାସରେ ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏପର୍ଯ୍ୟନ୍ତ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇ ପାରି ନ ଥିବା ବେଳେ ଏହାକୁ ନେଇ ଉଠିଛି ନୋପୋଟିଜମର କଥା । ଏହାପଛକୁ ପୁଣି ଯୋଡି ହୋଇ ଯାଇଛି ଡ୍ରଗ୍ସ ମାମଲା । ସୁଶାନ୍ତଙ୍କ ମୃତ୍ୟୁ ମାମଲା ସହ ଡ୍ରକ୍ସ କନେକସନ୍ ଏବେ ବଲିଉଡ୍‌ର ଆଉ ଏକ ଦିଗକ୍‌ୁ ଇଙ୍ଗିତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?