Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଦୁଇ ମହିଳାଙ୍କ ସମେତ ମୋଟ ୭ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରୁ ବହୁ ପରିମାଣର ଗୁଳି ଓ ଅନ୍ୟାନ୍ୟ ସାମଗ୍ରୀ ସହିତ ଏକ ଏକେ୪୭ ଅସ୍ତ୍ର ଜବତ କରାଯାଇଛି।
ଛତିଶଗଡ ଏବଂ ମହାରାଷ୍ଟ୍ରର ସୀମାନ୍ତବର୍ତ୍ତୀ ଆବୁଜମାଡ, ଟେକମେଟା ଏବଂ କାଙ୍କରେ ଜଙ୍ଗଲରେ ଏନକାଉଣ୍ଟର ହୋଇଥିଲା। ୧୫ ଦିନ ମଧ୍ୟରେ ନକ୍ସଲମାନଙ୍କ ଉପରେ ସୁରକ୍ଷା ବାହିନୀର ଏହା ହେଉଛି ଦ୍ୱିତୀୟ ପ୍ରମୁଖ ଷ୍ଟ୍ରାଇକ୍‌।
ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ଏହା ଏକ ନକ୍ସଲ ବିରୋଧୀ ଅପରେଶନ। ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ମୃତ ନକ୍ସଲମାନଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ।
ଏପ୍ରିଲ ୧୬ରେ, କାଙ୍କରେ ଜିଲାରେ ସୁରକ୍ଷା ବାହିନୀ ସହିତ ହୋଇଥିବା ଏନକାଉଣ୍ଟରରେ ୨୯ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri