ବିଜେଡି ବିଧାୟକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ନାଏବ ସରପଞ୍ଚ

ନବରଙ୍ଗପୁର,୧୨।୪(ସଦାଶିବ ପ୍ରହରାଜ):ଋଣ ଦେବାକୁ କହି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଏସ୍‌ଏଚ୍‌ଜି ମହିଳାଙ୍କୁ ବିଜେଡିରେ ମିଶାଉଥିବା ଅଭିଯୋଗ କରିଛନ୍ତି ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରି ପଞ୍ଚାୟତ ନାଏବ ସରପଞ୍ଚ ରଶ୍ମିତା ସାହୁ। ସେ ଗୁରୁବାର ଭାଜପାର ଏକ ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେଇ ଏହି ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ରଶ୍ମିତାଙ୍କ ସମେତ ୱାର୍ଡ ସଭ୍ୟା ହରିମଣି ମାଝୀ ଓ ୮ ଜଣ ମହିଳା ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି। ରଶ୍ମିତା ନାଏବ ସରପଞ୍ଚ ସମେତ ଏସ୍‌ଏଚ୍‌ଜି ସଦସ୍ୟା ଅଛନ୍ତି। ତେବେ ସେ କହିଛନ୍ତି ଗତ ୮ ତାରିଖରେ ସଦାଶିବ ତାଙ୍କୁ ଓ ତାଙ୍କ ସମର୍ଥକଙ୍କୁ ଋଣ କରାଇଦେବାକୁ କହି ଦଳୀୟ କାର୍ଯ୍ୟାଳୟକୁ ଡାକିଥିଲେ। ଦଳୀୟ ଯୋଜନା ସମ୍ପର୍କରେ ଭାଷଣ ଦେଇ ସମସ୍ତଙ୍କ ବେକରେ ବିଜେଡି ପତାକା ପକାଇଥିଲେ ବୋଲି ରଶ୍ମିତା ଅଭିଯୋଗ ଆଣିଛନ୍ତି। ଖବରଦାତା ସମ୍ମିଳନୀରେ ଜିଲା ଭାଜପା ସଭାପତି ଜଗଦୀଶ ବିଷୋୟୀ, ନବରଙ୍ଗପୁର ନିର୍ବାଚନମଣ୍ଡଳୀ ଭାଜପା ବିଧାନସଭା ପ୍ରାର୍ଥୀ ଗୌରୀଶଙ୍କର ମାଝି, କାହ୍ନୁ ଦାଶ, ଶର୍ମିଷ୍ଠା ଦେଓ ପ୍ରମୁଖ ଉପସ୍ଥିତ ଥିଲେ। ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀଙ୍କୁ ପଚାରିବାରୁ ସେ ରଶ୍ମିତାଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ନାଏବ ସରପଞ୍ଚ ରଶ୍ମିତା ନିଜେ ଗଣମାଧ୍ୟମ ଆଗରେ ବିଜେଡିରେ ଯୋଗ ଦେବା କଥା କାହିଁକି କହିଥିଲେ ବୋଲି ସେ ପ୍ରଶ୍ନ କରିଥିଲେ। ଅନ୍ୟପଟେ ନବରଙ୍ଗପୁର ଭାଜପା ବିଧାୟକ ପ୍ରାର୍ଥୀ ଗୌରୀଶଙ୍କର ମାଝି ଏହାକୁ ନେଇ ବିଧାୟକ ପ୍ରଧାନୀଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri