Posted inଖେଳ

ନୟାଗଡ଼, ବାଲେଶ୍ୱର ବିଜୟୀ

ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ଗୁରୁବାର ୪ଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଛି। ଏଥିରେ ନୟାଗଡ଼ ଓ ବାଲେଶ୍ୱର ଦଳ ବିଜୟୀ ହୋଇଥିବା ବେଳେ ସୁନ୍ଦରଗଡ଼-ଭୁବନେଶ୍ୱର ଓ ଜଗତ୍‌ସିଂହପୁର-ବୌଦ୍ଧ ମ୍ୟାଚ୍‌ ଡ୍ର ରହିଛି। କଟକର ବିଡ଼ାନାସୀ ପଡ଼ିଆରେ ନୟାଗଡ଼ ୨-୦ ଗୋଲରେ ପୁରୀକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ପପୁନି ବେହେରା ୧୨ ଓ ୩୫ତମ ମିନିଟରେ ୨ଟି ଯାକ ଗୋଲ ଦେଇଥିଲେ। ଚୌଦ୍ୱାର ଓଟିଏମ୍‌ ଗ୍ରାଉଣ୍ଡରେ ବାଲେଶ୍ୱର ୨-୧ ଗୋଲରେ ଅନୁଗୋଳକୁ ହରାଇଛି। ବାଲେଶ୍ୱର ପକ୍ଷରୁ ସଉନା ହାଁସ୍‌ଦା ୪୫+୧ ଓ ଧନେଶ୍ୱର ହେମ୍ବ୍ରମ୍‌ ୭୯ତମ ମିନିଟ୍‌ ଏବଂ ଅନୁଗୋଳର ଜିତେନ୍ଦ୍ର ବିରୁଆ ୩୧ତମ ମିନିଟ୍‌ରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ସ୍ଥାନୀୟ କ୍ୟାପିଟାଲ ଫୁଟ୍‌ବଲ ଆରେନାରେ ସୁନ୍ଦରଗଡ଼-ଭୁବନେଶ୍ୱର ମ୍ୟାଚ୍‌ ୩-୩ ଗୋଲରେ ବରାବର ରହିଛି। ସୁନ୍ଦରଗଡ଼ ପକ୍ଷରୁ ଆକାଶ ବେକ୍‌ ୬୨ ଓ ୬୬ତମ ମିନିଟରେ ୨ଟି ଏବଂ ସ୍ବାଧୀନ ବଢ଼େଇ ୧୭ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। ସେହିପରି ଭୁବନେଶ୍ୱର ପକ୍ଷରୁ ପପୁ ମାଝି ୨୯ ଓ ୪୧ତମ ମିନିଟରେ ୨ଟି ଏବଂ ଭାବଗ୍ରାହୀ ପଢ଼ିହାରୀ ୬୯ତମ ମିନିଟରେ ଗୋଟିଏ ଗୋଲ ସ୍କୋର କରିଥିଲେ। ୭ମ ବାଟାଲିୟନ ଗ୍ରାଉଣ୍ଡରେ ଜଗତ୍‌ସିଂହପୁର-ବୌଦ୍ଧ ମ୍ୟାଚ ୨-୨ ଗୋଲରେ ଡ୍ର ରହିଛି। ଜଗତ୍‌ସିଂହପୁର ପକ୍ଷରୁ ଯଦୁନାଥ ହାଁସଦା ଓ ଚତୁରାନନ୍ଦ ମାରାଣ୍ଡି ଏବଂ ବୌଦ୍ଧ ପକ୍ଷରୁ ଜିତେନ୍ଦ୍ର ଦେହୁରୀ ଓ ଅନୁରାଗ ସାହୁ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?