‘ସାହସିକତା, ବୀରତ୍ୱ, ତ୍ୟାଗର ଜ୍ୱଳନ୍ତ ଉଦାହରଣ ନୟାଗଡ଼’

ନୟାଗଡ଼ ଅଫିସ,୨୬ା୧: ନୟାଗଡ଼ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ୪୭ଟି ପରେଡ୍‌ ଟିମ୍‌ ଭାଗ ନେଇଥିଲେ। ନୟାଗଡ ଜିଲାପାଳ ରବୀନ୍ଦ୍ର ନାଥ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଜିଲାପାଳ ନିଜ ଭାଷଣରେ କହିଥିଲେ ସ୍ବାଧୀନତା ସଂଗ୍ରାମରେ କଳା ଓ ସଂସ୍କୃତିର ମାଟି ନୟାଗଡ଼ର ଅବଦାନ ଅବିସ୍ମରଣୀୟ। ଏଠାର ସ୍ବାଧୀନତା ସଂଗ୍ରାମୀଙ୍କ ଆତ୍ମ ବଳୀଦାନ ନୟାଗଡ଼ ମାଟିର ସାହସିକତା, ବୀରତ୍ୱ ଓ ଅପୂର୍ବ ତ୍ୟାଗର ଜ୍ୱଳନ୍ତ ନିଦର୍ଶନ। ପୁଣି କହିଥିଲେ ଏ ମାଟିରେ ଜନ୍ମ ନେଇଛନ୍ତି ମନିଷୀ ସାମନ୍ତ ଚନ୍ଦ୍ରଶେଖର। ଯାହାଙ୍କ ରଚିତ ସିଦ୍ଧାନ୍ତ ଦର୍ପଣ ଆଜି ବିଶ୍ୱବାସୀଙ୍କ ନିକଟରେ ଏକ ଅମୂଲ୍ୟ ଗ୍ରନ୍ଥ ଭାବରେ ପୂଜିତ ହେଉଛି। ଏ ମାଟି ହେଉଛି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାଧନା ପୀଠ। ଏହି ମାଟିରେ ଜନ୍ମ ନେଇଛନ୍ତି ଉତ୍କଳ ଘଣ୍ଟ କବି ଯଦୁମଣି ଯିଏକି ହାସ୍ୟରସାତ୍ମକ କାବ୍ୟ କବିତା ରଚନା ଦ୍ୱାରା ଓଡ଼ିଶାବାସୀଙ୍କର ଆଦରଣୀୟ ହୋଇପାରିଛନ୍ତି। ଜିଲାର ପ୍ରସିଦ୍ଧ କଣ୍ଟିଲୋର ନୀଳମାଧବ, ଶରଣକୁଳର ଲଡୁବାବା, ଓଡ଼ଗାଁର ରଘୁନାଥଜୀଉ. ଦଶପଲ୍ଲାର ମହାବୀର କ୍ଷେତ୍ର ଆଦି ଦେବଦେବୀ ପୀଠ ନୟାଗଡ଼ ଜିଲାକୁ ସମୃଦ୍ଧି କରିଛି। ଏସ୍‌ପି ଅଲେଖ ଚନ୍ଦ୍ର ପହୀ ମଞ୍ଚରେ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲାପାଳ ଶକ୍ତିକାନ୍ତ ରାୟ ଓ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷେ ମଞ୍ଚରେ ପଦ୍ମଶ୍ରୀ ସାବରମତୀ ଓ ଅଲମ୍ପିଆଡ ଝିଲି ଦଳବେହେରାଙ୍କୁ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri