କଶ୍ମୀରରେ ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ

ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର ସନ୍ଧ୍ୟାରେ ଆନନ୍ଦପଲ୍ଲୀରେ ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି ।

ମରଶରୀରକୁ ଶୋଭାଯାତ୍ରାରେ ଗାଁ ପରିକ୍ରମା କରାଯାଇ ଇଟାମାଟି ଓ ନୟାଗଡ଼ ଜିଲା ପୋଲିସ ପକ୍ଷରୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ପରେ ମରଶରୀରକୁ ଦାହ କରାଯାଇଥିଲା। କଶ୍ମୀରର ମାହାରରେ ଆର୍ମିର ଏନ୍‌କେ ର଼୍ୟାଙ୍କ୍‌ରେ ଜିତୁ କାମ କରୁଥିଲେ। ସୋମବାର ସାଧାରଣତନ୍ତ୍ର ଦିବସ ଡ୍ୟୁଟି ସାରି ଘରକୁ ଆସି ବିଶ୍ରାମ ନେଇଥିଲେ। ପୁଣି ଡ୍ୟୁଟିକୁ ଗଲାବେଳେ ହୃଦ୍‌ଘାତ ହେବାରୁ ତାଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଜିତୁଙ୍କ ଅକାଳ ବିୟୋଗକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ସ୍ତ୍ରୀ । ଗତ କିଛି ମାସ ତଳେ ତାଙ୍କର ବିବାହ ହୋଇଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri