ମାତାଲ ଟ୍ରକ୍ ଡ୍ରାଇଭର ନୟାଗଡ଼ର ବସ୍ ଦୁର୍ଘଟଣାର କାରଣ: ପରିବହନ କମିଶନ

ନୟାଗଡ଼,୨୭।୧: ନୟାଗଡ଼ର ଦଶପଲ୍ଲା ଅଞ୍ଚଳରେ ପିକନିକ୍ ବସ୍ ଏବଂ ଏକ ଟ୍ରକ୍ ଦୁର୍ଘଟଣା ମାମଲାରେ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି। ଦୁର୍ଘଟଣା ସମୟରେ ଡ୍ରାଇଭର ଟ୍ରକ୍ ଚଲାଉ ନ ଥିବା କହିଛନ୍ତି ରାଜ୍ୟ ପରିବହନ ବିଭାଗର ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି। କେବଳ ଏତିକି ନୁହେଁ, ଟ୍ରକ୍ ଚଲାଉଥିବା ବ୍ୟକ୍ତି ମଦ୍ୟପାନ କରି ଏହି ଦୁର୍ଘଟଣାକୁ ଘଟାଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ତିନିଜଣ ଛାତ୍ରଙ୍କ ଜୀବନ ଯାଇଥିବା ବେଳେ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି।

ଖବର ଅନୁଯାୟୀ, ଶୁକ୍ରବାର ରାତିରେ ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ ରୁ ଅଧିକ ବିଦ୍ୟାର୍ଥୀ ପିକନିକ୍ ପାଇଁ ବଲାଙ୍ଗୀରର ହରିଶଙ୍କର ଏବଂ ନରସିଂହନାଥ ଅଭିମୁଖେ ଯାଉଥିଲେ। ଏତିକି ବେଳେ ଦଶପଲ୍ଲା ଥାନା ଅନ୍ତର୍ଗତ ଶାଳବାଙ୍ଗ ଜଙ୍ଗଲ ରାସ୍ତା ବୁଗୁଡା ନିକଟରେ ଏକ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ମହାନ୍ତିଙ୍କ କହିବାନୁସାରେ, ‘ଟ୍ରକକୁ ଡ୍ରାଇଭଙ୍କ ବ୍ୟତୀତ ଅନ୍ୟ ଜଣେ ବ୍ୟକ୍ତି ଚଲାଇଥିଲା ଏବଂ ସେ ମାତାଲ ଅବସ୍ଥାରେ ଥିଲେ।’

ଏବେ ଘଟଣାର ଅଧିକ ତଦନ୍ତ ଚାଲିଛି। ତଦନ୍ତ ଶେଷ ହେବା ପରେ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମହାନ୍ତି କହିଛନ୍ତି। ଏହାସହ ସେ କହିଛନ୍ତି ଯେ,“ଯେତେବେଳେ ବି ଏକ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥିମାନେ ପିକନିକ୍ କରିବାକୁ ଯାଉଛନ୍ତି, କର୍ତ୍ତୃପକ୍ଷ ରାତିରେ ଯାତ୍ରା ଆରମ୍ଭ କରିବା ଉଚିତ୍ ନୁହେଁ। ସେମାନେ ସକାଳୁ ଯାତ୍ରା ଆରମ୍ଭ କରି ସନ୍ଧ୍ୟା ସୁଦ୍ଧା ଫେରିବା ଉଚିତ୍।’

 


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri