ମାତାଲ ଟ୍ରକ୍ ଡ୍ରାଇଭର ନୟାଗଡ଼ର ବସ୍ ଦୁର୍ଘଟଣାର କାରଣ: ପରିବହନ କମିଶନ

ନୟାଗଡ଼,୨୭।୧: ନୟାଗଡ଼ର ଦଶପଲ୍ଲା ଅଞ୍ଚଳରେ ପିକନିକ୍ ବସ୍ ଏବଂ ଏକ ଟ୍ରକ୍ ଦୁର୍ଘଟଣା ମାମଲାରେ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି। ଦୁର୍ଘଟଣା ସମୟରେ ଡ୍ରାଇଭର ଟ୍ରକ୍ ଚଲାଉ ନ ଥିବା କହିଛନ୍ତି ରାଜ୍ୟ ପରିବହନ ବିଭାଗର ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି। କେବଳ ଏତିକି ନୁହେଁ, ଟ୍ରକ୍ ଚଲାଉଥିବା ବ୍ୟକ୍ତି ମଦ୍ୟପାନ କରି ଏହି ଦୁର୍ଘଟଣାକୁ ଘଟାଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ତିନିଜଣ ଛାତ୍ରଙ୍କ ଜୀବନ ଯାଇଥିବା ବେଳେ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି।

ଖବର ଅନୁଯାୟୀ, ଶୁକ୍ରବାର ରାତିରେ ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ ରୁ ଅଧିକ ବିଦ୍ୟାର୍ଥୀ ପିକନିକ୍ ପାଇଁ ବଲାଙ୍ଗୀରର ହରିଶଙ୍କର ଏବଂ ନରସିଂହନାଥ ଅଭିମୁଖେ ଯାଉଥିଲେ। ଏତିକି ବେଳେ ଦଶପଲ୍ଲା ଥାନା ଅନ୍ତର୍ଗତ ଶାଳବାଙ୍ଗ ଜଙ୍ଗଲ ରାସ୍ତା ବୁଗୁଡା ନିକଟରେ ଏକ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ମହାନ୍ତିଙ୍କ କହିବାନୁସାରେ, ‘ଟ୍ରକକୁ ଡ୍ରାଇଭଙ୍କ ବ୍ୟତୀତ ଅନ୍ୟ ଜଣେ ବ୍ୟକ୍ତି ଚଲାଇଥିଲା ଏବଂ ସେ ମାତାଲ ଅବସ୍ଥାରେ ଥିଲେ।’

ଏବେ ଘଟଣାର ଅଧିକ ତଦନ୍ତ ଚାଲିଛି। ତଦନ୍ତ ଶେଷ ହେବା ପରେ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମହାନ୍ତି କହିଛନ୍ତି। ଏହାସହ ସେ କହିଛନ୍ତି ଯେ,“ଯେତେବେଳେ ବି ଏକ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥିମାନେ ପିକନିକ୍ କରିବାକୁ ଯାଉଛନ୍ତି, କର୍ତ୍ତୃପକ୍ଷ ରାତିରେ ଯାତ୍ରା ଆରମ୍ଭ କରିବା ଉଚିତ୍ ନୁହେଁ। ସେମାନେ ସକାଳୁ ଯାତ୍ରା ଆରମ୍ଭ କରି ସନ୍ଧ୍ୟା ସୁଦ୍ଧା ଫେରିବା ଉଚିତ୍।’

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପରିଷଦ ସଭ୍ୟାଙ୍କ ସ୍ବାମୀଙ୍କୁ ଆକ୍ରମଣ, ଭାଜପା କର୍ମୀଙ୍କ ନାମରେ ଥାନାରେ ଏତଲା

ଆଳି,୧୧ା୨(ବନମାଳୀ ସେନାପତି) : ଆଳି ନିର୍ବାଚନମଣ୍ଡଳୀ ଏକ ନମ୍ବର ଜୋନ ଜିଲା ପରିଷଦ ସଭ୍ୟା କନକଲତା ବେହେରାଙ୍କ ସ୍ବାମୀ ତଥା ଆଳି ବ୍ଲକ ବିଜେଡି ଯୁବ...

ବିବାହର ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ , ଗର୍ଭପାତ ପାଇଁ ଚାପ ପକାଇ ବନ୍ଧାହେଲେ ପ୍ରେମିକ

ରାଜକନିକା,୧୧ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଦିନକୁ ଦିନ ପ୍ରେମ ଓ ପ୍ରତାରଣା ମାମଲା ବଢ଼ିବାରେ ଲାଗିଛି। ଏ ନେଇ ଥାନା...

ଓଡ଼ିଶା ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଉନ୍ମୋଚିତ

ଭୁବନେଶ୍ୱର,୧୧।୨: ରାଜ୍ୟରେ ଜନସ୍ୱାସ୍ଥ୍ୟକୁ ଅଧିକ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆଜି ଲୋକସଭା ଭବନସ୍ଥିତ...

ଗାଁକୁ ପକ୍କା ରାସ୍ତାଟିଏ ନାହିଁ, ମୃତଦେହକୁ ୯ କି.ମି. କାନ୍ଧରେ ବୋହିଲେ ଗ୍ରାମବାସୀ

ଗଜପତି,୧୧ା୨(ଗିରିଧାରୀ ପରିଛା)- ଗଜପତି ଜିଲା ଗୁମ୍ମା ବ୍ଲକର ବାରୁସିଂ ଗ୍ରାମ ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ...

କପାମଣ୍ଡି ମେଶିନରେ ଶ୍ରମିକଙ୍କ ହାତ କଟିଗଲା

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି କପାମଣ୍ଡିରେ କାମ କରୁଥିବା ବେଳେ ମଙ୍ଗଳବାର ଜଣେ ଶ୍ରମିକଙ୍କ ଡ଼ାହାଣ ହାତ ପାପୁଲି କଟି ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

କୋଳଶୂନ୍ୟ ହୋଇଗଲା ମାଆ: ପାଳ କୁଡ଼ିଆରେ ନିଆଁଲାଗି ୨ ଝିଅପୁଅ ଜୀବନ୍ତ ଦଗ୍ଧ

ଲାଞ୍ଜିଗଡ଼, ୧୧/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା I...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ନବମ, ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୧।୨: ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ...

ଜାମଝୋରରେ ଲାଗିଲା ମାଓବାଦୀ ପୋଷ୍ଟର, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା,୧୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତା କଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଜାମଝୋର ଗାଁ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri