ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୭।୧୦: ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ବରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ତାଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ବତନ୍ତ୍ର ହୋଇ ରହିବ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଯୋଗଦାନ ପାଇଁ ସେ ଚିରସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମ ଏକ୍ସ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି।
କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରି କହିଛନ୍ତି, ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ତଥା ଅଭିନେତା ସ୍ବରୂପ ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସଙ୍ଗୀତ ନିର୍ଦ୍ଦେଶନାରେ ସେ ନିଜର ସ୍ବତନ୍ତ୍ର ପରିଚୟ ତିଆରି କରିଥିଲେ। ବିଶେଷ ଭାବରେ ଓଡ଼ିଆ ଚଳଚ୍ଚିତ୍ର ଓ ସଙ୍ଗୀତ ଜଗତକୁ ତାଙ୍କର ଅବଦାନ ଅନେକ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଉଜ୍ଜ୍ୱଳ ପ୍ରତିଭାଙ୍କୁ ହରାଇଲା। ସେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ସେହିପରି ରାଜ୍ୟ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଛନ୍ତି, ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା, କଣ୍ଠଶିଳ୍ପୀ, ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗରେ ଓଡ଼ିଶାର ଚଳଚ୍ଚିତ୍ର ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri