ବିବାହ ବୟସରେ ଭଉଣୀ-ଭାଇଙ୍କ ବୋଝ ସମ୍ଭାଳୁଛନ୍ତି ନୟନୀ

କର୍ଲାମୁଣ୍ଡା,୧ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପଞ୍ଚାୟତ ଓଡ଼ିଆମୁଣ୍ଡା ଗ୍ରାମର ମା-ବାପା ଛେଉଣ୍ଡ ତିନି ଭଉଣୀ ଭାଇ ବହୁ କଷ୍ଟରେ ଜୀବନ କାଟୁଥିବା ଦେଖିବାକୁ ମିଳିଛି।

ସୂଚନାନୁଯାୟୀ, ଏହି ଗ୍ରାମର କରୁଣା ବାଗ ତାଙ୍କ ସ୍ତ୍ରୀ ମଲ୍ଲୀ ବାଗ,ବଡ଼ ଝିଅ ନୟନୀ(୨୨) ପୁଅ ପପୁ (୧୫) ସାନ ଝିଅ ଅଙ୍କିତା(୧୨)ଙ୍କୁ ନେଇ ସଂସାର। ସେ ମଜୁରୀ କାମ କରି ପରିବାର ପୋଷଣ କରୁଥିଲେ। ତେବେ କରୁଣା କରୋନା ସମୟରେ ରୋଗରେ ଆକ୍ରାନ୍ତ ହୋଇ ୨୦/୦୫/୨୦୨୧ରେ ମୃତ୍ୟୁବରଣ କରିଥିଲେ। ସ୍ବାମୀଙ୍କ ବିୟୋଗ ପରେ ତିନି ସନ୍ତାନଙ୍କୁ ନେଇ ବହୁ କଷ୍ଟରେ ଚଳୁଥିଲେ ମଲ୍ଲୀ। ଏଥିରେ ବି ଦଇବ ସହିଲାନି। ପରିବାର ବୋଝ ଉପରେ ଭାବି ଭାବି ରୋଗରେ ପୀଡ଼ିତ ହୋଇ ଶେଷରେ ଗତ ମାସ ୭ ତାରିଖରେ ଆରପାରିକୁ ଚାଲିଗଲେ ମଲ୍ଲୀ। ଏବେ ଝିଅ ନୟନୀଙ୍କ କାନ୍ଧରେ ଭଉଣୀ-ଭାଇଙ୍କ ବୋଝ। ଅର୍ଥ ଅଭାବରୁ ପପୁ ଯୁକ୍ତ ଦୁଇରେ ନାମ ଲେଖାଇ ପାରି ନ ଥିବା ଜଣାପଡ଼ିଛି। ଏନେଇ ବିଡିଓ ସିଦ୍ଧେଶ୍ୱର ମେହେରଙ୍କ ସହିତ ଆଲୋଚନା କରିବା ପରେ ଏହି ତିନି ଭଉଣୀ-ଭାଇଙ୍କ ପାଇଁ ସରକାରଙ୍କ ଯାହା ବ୍ୟବସ୍ଥା ରହିଛି। ତାକୁ ନିଶ୍ଚୟ ପାଇବେ ବୋଲି କହିଛନ୍ତି। ଅନ୍ୟ ପଟେ ଏହି ୩ ଭଉଣୀ-ଭାଇଙ୍କ ଦାୟିତ୍ୱ ନେବାକୁ କେହି ନ ଥିବାରୁ ତୁରନ୍ତ ସରକାରୀ ସହଯୋଗ ଯୋଗାଇ ଦେବାକୁ ନାଏବ ସରପଞ୍ଚ ରାଧେଶ୍ୟାମ ବାଗ ପ୍ରଶାସନଠାରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri