‘ନୟନିକା ଚରିତ୍ର ମୋ ହୃଦୟର ଅତି ନିକଟତର’

ମୁମ୍ବାଇ: ଅଭିନେତ୍ରୀ କାଜଲ ନିକଟରେ ଓଟିଟି ଡେବ୍ୟୁ କରିଛନ୍ତି। ଓ୍ବେବ୍‌ ସିରିଜ୍‌ ‘ଦି ଟ୍ରାଏଲ: ପ୍ୟାର, କାନୁନ, ଧୋକା’ରେ ସେ ଜଣେ ଜୁନିୟର ଓକିଲ ଭାବେ ତାଙ୍କ ଦ୍ୱିତୀୟ ଇନିଂସ ଆରମ୍ଭ କରି ଜଣେ ଅସୁରକ୍ଷିତ ମହିଳା ଭୂମିକାରେ ଅଭିନୟ କରିଛନ୍ତି। ସେଥିରେ ତାଙ୍କ ନାମ ରହିଛି ନୟନିକା ସେନ୍‌ଗୁପ୍ତା। ଏହି କୋର୍ଟ ରୁମ୍‌ ଡ୍ରାମା ଦର୍ଶକଙ୍କୁ ଅଧିକ ପସନ୍ଦ ଆସିଛି। ଏଥିରେ କାଜଲ କହିଛନ୍ତି, ଏହି ନୟନିକା ଚରିତ୍ର ତାଙ୍କ ହୃଦୟର ଅତି ନିକଟତର। ସେ ଜଣେ ଶକ୍ତିଶାଳୀ ଏବଂ ପରିସ୍ଥିତିର ମୁକାବିଲା ପାଇଁ ସର୍ବଦା ପ୍ରସ୍ତୁତ। ଜଣେ ମହିଳାଙ୍କ ପ୍ରତିନିଧିତ୍ୱ କରିବାକୁ ସକ୍ଷମ ହେବା ଏବଂ ସେହି ଚରିତ୍ର ପାଇଁ ପ୍ରଶଂସିତ ହେବା କାଜଲଙ୍କୁ ଅଧିକ ସଶକ୍ତ କରୁଛି। ଓ୍ବେବ୍‌ ସିରିଜ୍‌ ନିର୍ଦ୍ଦେଶକ ସୁପର୍ଣ୍ଣ ଏସ୍‌ ଭର୍ମା ଏଥିରେ କାଜଲଙ୍କୁ କହିଛନ୍ତି, ଏହା ତୁମ ପାଇଁ ଏକ ଭାବପୂର୍ଣ୍ଣ ମୁହୂର୍ତ୍ତ ଥିଲା। ଏହି ଓ୍ବେବ୍‌ ସିରିଜ୍‌ି କାଜଲଙ୍କୁ ଅଧିକ ଶକ୍ତି ପ୍ରଦାନ କରୁଥିବା ସେ କହିଛନ୍ତି। ତେବେ କାଜଲ ୧୯୯୨ରେ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ଅନେକ ଫିଲ୍ମ ମାଧ୍ୟମରେ ଲୋକଙ୍କ ପ୍ରିୟ ହୋଇପାରିଛନ୍ତି। ଶେଷଥର ପାଇଁ ତାଙ୍କୁ ‘ଲଷ୍ଟ ଷ୍ଟୋରି -୨’ରେ ଦେଖିବାକୁ ମିଳିଥିଲା। ଆଗକୁ ମଧ୍ୟ ତାଙ୍କ ହାତରେ ଆଉ କିଛି ମୁଭି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri