ବଲିଉଡ ଫିଲ୍ମ କରିବେ ନାହିଁ ନୟନତାରା!

ମୁମ୍ବାଇ: ଶାହରୁଖ ଖାନଙ୍କ ଫିଲ୍ମ ଯବାନ ବକ୍ସ ଅଫିସରେ ହିଟ୍‌ ସାବ୍ୟସ୍ତ ହୋଇଛି। ଏହି ଫିଲ୍ମ ପ୍ରଶଂସକଙ୍କ ଠାରୁ ବହୁତ ଭଲ ପାଇବା ପାଇଛି। ଯବାନ ଭାରତରେ ୫୦୦ କୋଟିରୁ ଅଧିକ ଟଙ୍କା ବିଜନେସ କରିଥିବା ବେଳେ ଆଗକୁ ଏହା ବୃଦ୍ଧି ପାଇବ ବୋଲି କୁହାଯାଉଛି। ଏହି ମୁଭିଟି ୧୩ ଦିନରେ ଓ୍ବାର୍ଲଡ ଓ୍ବାଇଡ ୯୦୦ କୋଟି ଟଙ୍କା ସଂଗ୍ରହ କରିଛି। ଯବାନରେ ଶାହାରୁଖ ଖାନଙ୍କ ସହ ନୟନତାରା ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି, କିନ୍ତୁ ଯଦି ରିପୋର୍ଟକୁ ବିଶ୍ୱାସ କରାଯାଏ, ତେବେ ସେ ବଲିଉଡରେ ଡେବ୍ୟୁ କରି ଖୁସି ନୁହଁନ୍ତି ଏବଂ ବଲିଉଡ ଫିଲ୍ମରେ କାମ କରିବାର ମନୋବଳ ଆଉ ତାଙ୍କର ନାହିଁ ବୋଲି କୁହାଯାଉଛି।
ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ନୟନତାରା ଆଉ କୌଣସି ବଲିଉଡ ଫିଲ୍ମ କରିବା ମନୋଭାବରେ ନାହାଁନ୍ତି। କାରଣ ଏହି ମୁଭିରେ ତାଙ୍କର ଭୂମିକା କଟିଯାଇଥିବାରୁ ସେ ଯବାନଙ୍କ ନିର୍ଦ୍ଦେଶକ ଏଟଲି କୁମାରଙ୍କ ଉପରେ ରାଗିଛନ୍ତି। ଆହୁରି ମଧ୍ୟ ଶୁଣିବାକୁ ମିଳିଛି କି ଏଥିରେ ଦୀପିକାଙ୍କ ଚରିତ୍ରକୁ ବଢାଇ ଦିଆଯିବା ସହ ନୟନତାରାଙ୍କ ଚରିତ୍ରକୁ କାଟି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri