ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ ବେଳେ ପୋଲିସ ଓ ଅଭିଯୁକ୍ତ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖସିବା ପାଇଁ ପୋଲିସ ଉପରକୁ ଫାୟାରିଂ କରିବାରୁ ପାଲଟା ଗୁଳି ଚଳାଇଥିଲା ପୋଲିସ। ଗୁଳିଟି ଅଭିଯୁକ୍ତଙ୍କ ଗୋଡ଼ରେ ବାଜିଥିବାବେଳେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

କିଛି ଦିନ ତଳେ ନୟାପଲ୍ଲୀ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ସମ୍ବେଦନଶୀଳ ମାମଲାକୁ ଗୁରୁତର ସହ ନେଇ କମିଶନରେଟ୍ ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା। ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଟିମ୍ ଅଭିଯୁକ୍ତ ଲୁଚି ରହିଥିବା ସ୍ଥାନରେ ଚଢ଼ାଉ କରିଥିଲା।

ପୋଲିସକୁ ଦେଖି ଅଭିଯୁକ୍ତ ଜଣକ ଛତ୍ରଭଙ୍ଗ ଦେବା ସହ ନିଜ ପାଖରେ ଥିବା ମାରଣାସ୍ତ୍ରରୁ ପୋଲିସ ଉପରକୁ ଫାୟାରିଂ କରିଥିଲା। ନିଜର ଆତ୍ମରକ୍ଷା ଏବଂ ଅଭିଯୁକ୍ତଙ୍କୁ କାବୁ କରିବା ପାଇଁ ପୋଲିସ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ଏଥିରେ ଗୋଟିଏ ଗୁଳି ଅଭିଯୁକ୍ତଙ୍କ ବାମ ଗୋଡ଼ରେ ବାଜିଥିଲା, ଯାହା ଫଳରେ ସେ ସେହିଠାରେ ପଡ଼ିଯାଇଥିଲେ।

ଏହି ଏନ୍‌କାଉଣ୍ଟର ସ୍ଥଳରୁ ପୋଲିସ ଗୋଟିଏ ବାନ୍ଧୁକ ଏବଂ କିଛି ଜୀବନ୍ତ ଗୁଳି ଜବତ କରିଛି। ଅଭିଯୁକ୍ତ ସୁସ୍ଥ ହେବା ପରେ ତାଙ୍କୁ ଅଧିକ ପଚରାଉଚରା କରାଯିବ ଏବଂ ଏହି ଘଟଣାରେ ଅନ୍ୟ କାହାର ସମ୍ପୃକ୍ତି ଅଛି କି ନାହିଁ, ସେ ନେଇ ତଦନ୍ତ ପ୍ରକ୍ରିୟା ଜାରି ରହିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?