ଗୋଟିଏ ଦିନରେ ନବଯୈାବନ ଦର୍ଶନ, ନେତ୍ରୋତ୍ସବ ଓ ଶ୍ରୀଗୁଣ୍ଡିଚା ଯାତ୍ରା

ପୁରୀ,୯ା୬(ଅଜିତ୍‌ ମହାନ୍ତି)ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଜୁଲାଇ ୭ତାରିଖରେ ଅନୁଷ୍ଠିତ ହେବ। ଆସନ୍ତା ୨୨ତାରିଖରେ ସ୍ନାନପୂର୍ଣ୍ଣିମା ଅନୁଷ୍ଠିତ ହେବ। ତେବେ ଚଳିତବର୍ଷ ମହାପ୍ରଭୁଙ୍କ ଅଣସର ୧୫ଦିନ ପରିବର୍ତ୍ତେ ୧୩ଦିନ ପଡୁଛି। ଫଳରେ ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ନେତ୍ରୋତ୍ସବ, ନବଯୌବନ ଦର୍ଶନ ପଡୁଛି। ଗୋଟିଏ ଦିନରେ ନୀତି କେଉଁଭଳି ଭାବରେ ଅନୁଷ୍ଠିତ ହେବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ସହ ଆଲୋଚନା କରାଯାଉଛି। ରଥଯାତ୍ରା ନୀତି ଶୃଙ୍ଖଳିତ ଭାବରେ ହେବା ସହ ରଥଯାତ୍ରା ଯେପରି ସୁରୁଖୁରୁରେ ହେବ ସେନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଶ୍ରୀମନ୍ଦିର ଦଇତାପତି ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଥମେ ଦଇତାପତି ନିଯୋଗ ସହ ଆଲୋଚନା କରାଯିବା ପରେ ପୂଜାପଣ୍ଡା ନିଯୋଗ ସହ ଆଲୋଚନା ହୋଇଥିଲା। ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ନେଇ ଆଲୋଚନା ହୋଇଛି। ୧୯୭୧ ମସିହାରେ ମଧ୍ୟ ୧୩ଦିନିଆ ଅଣସର ପଡ଼ିଥିଲା। ତେଣୁ ସେହି ବର୍ଷ ଭଳି ଚଳିତ ବର୍ଷ ରଥଯାତ୍ରା ନୀତି କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନିଆଯାଇଛି। ବୈଠକ ସମ୍ପର୍କରେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ସୂଚନା ଦେଇ କହିଛନ୍ତି, ଚଳିତ ବର୍ଷ ଅଣସର ୧୩ ଦିନ ପଡୁଥିବାରୁ ଗୋଟିଏ ଦିନରେ ନବଯୈାବନ ଦର୍ଶନ, ନେତ୍ରୋତ୍ସବ ଓ ଶ୍ରୀଗୁଣ୍ଡିଚା ଯାତ୍ରା କିପରି ଶୃଙ୍ଖଳିତ ଭାବରେ ହେବ ସେନେଇ ବୈଠକରେ ଆଲୋଚନା ହୋଇଛି। ୧୯୭୧ ମସିହା ରଥଯାତ୍ରାର ଯେପରି ହୋଇଥିଲା ତାହାର କପି ଶ୍ରୀମନ୍ଦିର ପ୍ରଶାସନକୁ ମଗାଯାଇଛି। ଉକ୍ତ ନୀତିକାନ୍ତିକୁ ଦେଖିବା ପରେ ଚଳିତ ବର୍ଷ ରଥଯାତ୍ରାର ନୀତିକାନ୍ତି ସମ୍ପାଦନ କରାଯିବ ବୋଲି ଦାସ ମହାପାତ୍ର କହିଛନ୍ତି। ଅପରପକ୍ଷରେ ଦଇତାପତି ନିଯୋଗ ସହ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପୂଜାପଣ୍ଡା ନିଯୋଗ ସହ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ। ଏନେଇ ପୂଜାପଣ୍ଡା ନିଯୋଗ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାଧବ ପୂଜାପଣ୍ଡା କହିଛନ୍ତି, ଚଳିତବର୍ଷ ଅଣବସର ୧୩ ଦିନ ପଡୁଛି, ରଥଯାତ୍ରାକୁ ମିଶାଇଲେ ୧୫ ଦିନ ହେଉଛି। ତେଣୁ କେଉଁଦିନ ଆଜ୍ଞାମାଳ ବିଜେ ହେବ। ରଥଖଳାରୁ ସିଂହଦ୍ୱାରକୁ ରଥ ଟଣା ହୋଇଯିବ ସେ ନେଇ ଆଲୋଚନା କରାଯାଇଛି। ଚଳିତ ବର୍ଷ ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ଭକ୍ତମାନେ ଶ୍ରୀମନ୍ଦିରରେ ନବଯୌବନ ଦର୍ଶନରୁ ବଞ୍ଚତ୍ତ ହେବେ। ତେବେ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହେବାପରେ କାର୍ଯ୍ୟକ୍ରମସ୍ଥିର କରାଯିବ। ୧୯୭୧ ମସିହାରେ ନୀତି ସମ୍ପନ୍ନ ହୋଇ ରଥଟଣା ହେବାବେଳକୁ ସନ୍ଧ୍ୟା ହୋଇଯାଇଥିଲା। କିଛି ବାଟ ରଥ ଟଣାହୋଇ ରହିଥିଲା। ପରଦିନ ପୁନର୍ବାର ରଥ ଟଣା ହୋଇଥିଲା। ଚଳିତବର୍ଷ ଯେହେତୁ ଗୋଟିଏ ଦିନରେ ନବଯାୈବନ ଓ ଶ୍ରୀଗଣ୍ଡିଚା ପଡୁଥିବାରୁ ରଥଟଣା ବିଳମ୍ବ ହୋଇପାରେ। ତେବେ ମହାପ୍ରଭୁଙ୍କ ଇଚ୍ଛାରେ ସବୁକିଛି ହୁଏ। ମହାପ୍ରଭୁ ଚାହିଁଲେ ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସମ୍ପନ୍ନ ହେବ ବୋଲି ପୂଜାପଣ୍ଡା ସୂଚନା ଦେଇ କହିଛନ୍ତି। ବୈଠକରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri