ନାଜାଲ ଭାକ୍ସିନ୍‌ ଭାରତରେ ଛୋଟ ପିଲାଙ୍କୁ କରୋନାରୁ ଦେବ ସୁରକ୍ଷା: ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଜେନେଭା/ନୂଆଦିଲ୍ଲୀ,୨୩।୫: ଭାରତରେ କରୋନାର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ତୃତୀୟ ଲହର ଆଶଙ୍କାକୁ ନେଇ ଦେଶ ସତର୍କ ରହିବା ଆବଶ୍ୟକ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। ତୃତୀୟ ଲହରରେ ଛୋଟ ପିଲାଙ୍କ ଉପରେ ଅଧିକ ପଡ଼ିବାର ଆଶଙ୍କା ରହିଛି। ତେବେ ଭାରତରେ ପ୍ରସ୍ତୁତ ହୋଇଥିବା ନାଜାଲ ଭାକ୍ସିନ୍‌ ଛୋଟପିଲାଙ୍କୁ କରୋନାରୁ ସୁରକ୍ଷା ଦେବ ବୋଲି ସେ କହିଛନ୍ତି। ଏହା ରେସ୍ପିରେଟାରୀ ଟ୍ରାକ୍‌ର ରୋଗପ୍ରତିରୋଧକ କ୍ଷମତାକୁ ବୃଦ୍ଧି କରିବାକୁ ସକ୍ଷମ ହେବ। ସ୍କୁଲ ଶିକ୍ଷୟତ୍ରୀ ଏବଂ ଶିକ୍ଷକ ତଥା ଅନ୍ୟ କର୍ମଚାରୀଙ୍କୁ ଟିକା ଦିଆଯିବା ଆବଶ୍ୟକ। ଗୋଷ୍ଠୀ ସଂକ୍ରମଣ ଆଶଙ୍କା କମିଲେ ସ୍କୁଲ ଖୋଲା ଯିବା ଉଚିତ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଇତିମଧ୍ୟରେ ହାଇଦ୍ରାବାଦ୍‌ ସ୍ଥିତ ଭାରତ ବାୟୋଟେକ୍‌ ପକ୍ଷରୁ ନାଜାଲ ଭାକ୍ସିନ୍‌ର କ୍ଲିନିକାଲ ଟ୍ରାଏଲ୍‌ ଆରମ୍ଭ ହୋଇଛି। ଛୋଟପିଲାଙ୍କ ନାକର ଦୁଇପୁଡ଼ାରେ ଦୁଇ ଦୁଇ ବୁନ୍ଦା ଭାକ୍ସିନ୍‌ ପକାଯିବ। ବର୍ତ୍ତମାନ ସୁଦ୍ଧା ୧୭୫ ଜଣଙ୍କଠାରେ ନାଜାଲ ଭାକ୍ସିନ୍‌ ପ୍ରୟୋଗ କରାଯାଇଛି। ସେମାନଙ୍କୁ ୩ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ପ୍ରଥମ ଏବଂ ଦ୍ୱିତୀୟ ଗ୍ରୁପ୍‌ର ୭୦ ଜଣଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ସେହିପରି ତୃତୀୟ ଗ୍ରୁପ୍‌ର ୩୫ ଜଣଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଭାରତ ବାୟୋଟେକ୍‌ ପକ୍ଷରୁ କୁହାଯାଇଛି। ଏହାର ଫଳାଫଳ ଆସିବାକୁ ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri