ଡ୍ରିମ୍‌ସ ପଲିଟେକ୍‌ନିକକୁ ଏନ୍‌ବିଏ ମାନ୍ୟତା

କଟକ,୬।୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକ୍‌ନିକକୁ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ବୋର୍ଡ ଅଫ ଆକ୍ରିଡିସନ୍‌ (ଏନ୍‌ବିଏ) ମାନ୍ୟତା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, କଟକ ଜିଲା ଟାଙ୍ଗୀସ୍ଥିତ ଡ୍ରିମ୍‌ସ ପଲିଟେକର ୩ ପ୍ରମୁଖ ପାଠ୍ୟକ୍ରମ ଯଥା ଇଲେକ୍ଟ୍ରିକାଲ, କମ୍ପ୍ୟୁଟର ସାଇନ୍ସ ଏବଂ ମେକାନିକାଲ ଇଞ୍ଜିିନିୟରିଂକୁ ଉକ୍ତ ମାନ୍ୟତା ଦିଆଯାଇଛି। ବିଶେଷକରି ଗୁଣାମତ୍କ ଶିକ୍ଷାଦାନ, ଉନ୍ନତ ଭିତ୍ତିଭୂମି, ନିର୍ଦ୍ଧାରିତ ନିୟମାବଳୀ ତଥା ମାର୍ଗଦର୍ଶିକା ଠିକ୍‌ ଅନୁପାଳନ, ଆବଶ୍ୟକତା ପୂରଣ କରୁଥିବା କୁଶଳୀ ମାନବସମ୍ବଳ ସୃଷ୍ଟି ନିମନ୍ତେ ଛାତ୍ରୀଛାତ୍ରଙ୍କ ଜ୍ଞାନ ଓ ଦକ୍ଷତା ବୃଦ୍ଧି ସହିତ ଅନ୍ୟାନ୍ୟ ଦିଗକୁ ପର୍ଯ୍ୟାଲୋଚନା ଓ ଆକଳନ ଭିତ୍ତିରେ ଏହି ମାନ୍ୟତା ପ୍ରଦାନ କରାଯାଇଛି। ସେହିଭଳି ଏଭଳି ଏକ ମର୍ଯ୍ୟାଦାଜନକ ସ୍ବୀକୃତି ପାଇବାରେ ଡ୍ରିମ୍‌ସ ପଲିଟେକ୍‌ନିକ ଗ୍ରାମାଞ୍ଚଳରେ ଗଢ଼ି ଉଠିଥିବା ରାଜ୍ୟର ପ୍ରଥମ ଘରୋଇ ଶିକ୍ଷାନୁଷ୍ଠାନଭାବେ ଉକ୍ତ ସମ୍ମାନର ଅଧିକାରୀ ହୋଇପାରିଛି। ଏହା ପୂର୍ବରୁ ରାଜ୍ୟସ୍ତରୀୟ ଶ୍ରେଷ୍ଠତା ପର୍ଯ୍ୟାୟରେ ଡ୍ରିମ୍‌ସ ପଲିଟେକ୍‌ନିକ ଘରୋଇ ଶିକ୍ଷାନୁଷ୍ଠାନମାନଙ୍କ ମଧ୍ୟରେ ୩ୟ ଏବଂ ସରକାରୀ ସ୍ତରରେ ୬ଷ୍ଠ ସ୍ଥାନ ଅଧିକାର କରିଛି। ଏ ସମ୍ପର୍କରେ ଡ୍ରିମସ ସମୂହ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ କହିଛନ୍ତି, ଡ୍ରିମ୍‌ସ ଭଳି ଏକ ଅନୁଷ୍ଠାନକୁ ଏଭଳି ଏକ ଗୌରବପୂର୍ଣ୍ଣ ମାନ୍ୟତା ଦିଆଯାଇଥିବାରୁ ସେ ଏନ୍‌ବିଏ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇବା ସହ ଶିକ୍ଷାନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀଙ୍କ ନିଷ୍ଠାପର କର୍ତ୍ତବ୍ୟ ଓ ଦାୟିତ୍ୱ ନିର୍ବାହ ପାଇଁ ବଧାଇ ଜଣାଇଛନ୍ତି। ଅପରପକ୍ଷରେ ଅନୁଷ୍ଠାନର ସମସ୍ତ ଛାତ୍ରୀଛାତ୍ରଙ୍କ ସ୍ବୀକୃତି ଓ ଫଳାଫଳ ଅନୁଷ୍ଠାନର ଗୌରବକୁ ଦ୍ୱିଗୁଣିତ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri