Posted inଜାତୀୟ

ରିଆ ଚକ୍ରବର୍ତ୍ତି ଡ୍ରଗ୍ସ ମାମଲା: ମୁମ୍ବାଇ, ଗୋଆ ସମେତ ୭ ସ୍ଥାନରେ ଚଢାଉ

ମୁମ୍ବାଇ,୧୨ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲା ସହ ଜଡିତ ଥିବା ଡ୍ରଗ୍ସ ମାମଲାକୁ ନେଇ ଯାଞ୍ଚ କରୁଥିବା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଏବେ ପୁରା ଆକ୍ସନ ମୁଡର ରହିଛି । ଡ୍ରଗ୍ସ କାରବାର ସହ ସମ୍ପୃକ୍ତ ଥିବା ଘର ଉପରେ ଲଗାତାର ଭାବେ ଚଢାଉ ଜାରି ରଖିଛି ଏନ୍‌ସିବି । ଏହି କ୍ରମରେ ଏନ୍‌ସିବି ମମ୍ବାଇ ଓ ଗୋଆର ପାଖାପାଖି ୭ ସ୍ଥାନରେ ଚଢାଉ କରିବା ସହ ଏକ ଅନ୍ତରାଷ୍ଟ୍ରୀୟ ଡ୍ରଗ୍ସ ର‌୍ୟାକେଟର ପର୍ଦ୍ଦାଫାଶ କରିଛି ବୋଲି କୁହାଯାଉଛି । ଏହାସହ ବହୁ ପରିମାଣରେ ନିଶାଦ୍ରବ୍ୟ ସହ କେତେଜଣଙ୍କୁ ଗିରଫ କରାଯାଇଥିବା ଆଲୋଚନା ହେଉଛି । ଏହି ମାମଲାର ଅଭିଯୁକ୍ତ କୁହାଯାଉଥିବା ସୁଶାନ୍ତଙ୍କ ବାନ୍ଧବୀ ରିଆ ଚକ୍ରବର୍ତ୍ତି ଏନ୍‌ସିବିକୁ ପାଖାପାଖି ୧୧ ଜଣ ବଲିଉଡ୍ ସେଲିବ୍ରିଟିଙ୍କ ନାମ କହିଛନ୍ତି । ଯେଉଁମାନେ ଡ୍ରଗ୍ସ ବ୍ୟବହାର କରୁଥିଲେ । ସୂଚନାଯୋଗ୍ୟ, ଶୁକ୍ରବାର ଏହି ଡ୍ରଗ୍ସ ମାମଲାରେ ମୁମ୍ବାଇର ଏକ ସ୍ପେଶାଲ କୋର୍ଟ ଅଭିନେତ୍ରୀ ରିଆ ଚକ୍ରବତ୍ତ;ି, ତାଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତି ଓ ଓ ଅନ୍ୟ ୪ ଜଣଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଥିଲେ । ଏବେ ଏମାନେ ଜେଲରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri