ଏନ୍‌ସିସି କ୍ୟାଡେଟ୍‌ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୫ ଜଣ ଏନ୍‌ସିସି କ୍ୟାଡେଟ୍‌ ଦିଲ୍ଲୀରେ ୨୦୨୩ରୁ ୨୦୨୫ ମଧ୍ୟରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେଇ କଲେଜର ସୁନାମ ଆଣିଥିଲେ। ବୁଧବାର ଉକ୍ତ କ୍ୟାଡେଟ ଙ୍କୁ କଲେଜ ରେ ସମ୍ବର୍ଦ୍ଧନା
ଦିଆଯାଇଥିଲା। ଏଥିସହ ଶେଷ ବର୍ଷ କ୍ୟାଡେଟ୍‌ଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିରେ ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ୟାଡେଟ୍‌ ମାନକୁ ଉତ୍ସାହିତ କରିବା ସହ ଏନ୍‌ସି ସି କ୍ୟାଡେଟ୍‌ଙ୍କ ଭୂମିକା ଓ କର୍ତ୍ତବ୍ୟ ଉପରେ କହିଥିଲେ। ଏଥିସହ କ୍ୟାଡେଟ୍‌ମାନକୁ ସମ୍ବର୍ଦ୍ଧିତ କରିଥିଲେ।
ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଉତ୍ସବରେ ଅଧ୍ୟକ୍ଷତା କରି ଏନ୍‌ସିସି କ୍ୟାଡେଟ୍‌ମାନେ ଆମ କଲେଜର ଗର୍ବ ଓ ଗୌରବ ବୋଲି କହିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ସୈଖିକ ପରିଷଦ ସମ୍ପାଦକ ହର ପ୍ରସାଦ ଶତପଥୀ, ନାଭାଲ ଅଫିସର ଡ ରବୀନ୍ଦ୍ର କୁମାର ମିଶ୍ର, ଆଇକ୍ୟୁସି ସଂଯୋଜକ ଡ ସୁନାମ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ କ୍ୟାଡେଟ୍‌ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏନ୍‌ସିସି ଆର୍ମି ଓ୍ବିଙ୍ଗ ଅଫିସର ରଜନୀ କାନ୍ତ ତ୍ରିପାଠୀ ସାଗତ ଭାଷଣ ଦେବାସହ ସଭା ସଂଯୋଜନା କରିଥିଲେ। ଏହି ଅବସରରେ ଆର୍‌ଡିସି କ୍ୟାଡେଟ୍‌ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri