‘ଏନ୍‌ସିସି କ୍ୟାଡେଟ୍‌ କେଏସ୍‌ୟୁବି କଲେଜର ଗର୍ବ ଏବଂ ଗୌରବ’

ଭଞ୍ଜନଗର,୨୩।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଙ୍ଗ ଏବଂ ନାଭାଲ ୱିଂଙ୍ଗ ପକ୍ଷରୁ ରବିବାର ଏନ୍‌ସିସି ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ ଏନ୍‌ସିସି ପତାକା ଉତ୍ତୋଳନ କରି ଆୟୋଜିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହାପରେ ଏକ ସଭା ହୋଇଥିଲା। ଏଥିରେ ତନରଡ଼ା ଆଇ ଆର୍‌ବି ୮ ମ ସ୍ବତନ୍ତ୍ର ବାଟାଲିୟନ କମାଣ୍ଡିଙ୍ଗ ଅଫିସର୍‌ ସୁଧାକର ମିଶ୍ର ମୁଖ୍ୟ ଅତିଥି ଏବଂ ଡେପୁଟି କମାଣ୍ଡେଣ୍ଟ ଲଳିତ କୁମାର ବାଗ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପୂର୍ବତନ ନାଭାଲ ଅଫିସର ଡ ରବୀନ୍ଦ୍ର କୁମାର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏନ୍‌ସିସି କ୍ୟାଡେଟଙ୍କ ଭୂମିକା ଓ କର୍ତ୍ତବ୍ୟ ଉପରେ କହିଥିଲେ। କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ସଭାରେ ଅଧ୍ୟକ୍ଷତା କରି ଆମ କଲେଜର ଗର୍ବ ଏବଂ ଗୌରବ ହେଉଛନ୍ତି ଏନ୍‌ସିସି କ୍ୟାଡେଟମାନେ ବୋଲି କହିଥିଲେ। ସେନାବାହିନୀ ସମେତ ବିଭିନ୍ନ କ୍ଷେତ୍ରରେ ଆମର ଅନେକ କ୍ୟାଡେଟ ନିଯୁକ୍ତି ପାଉଛନ୍ତି। ରାଜ୍ୟ ଏବଂ ଜାତୀୟସ୍ତରର ଅନେକ କ୍ୟାମ୍ପରେ କ୍ୟାଡେଟମାନେ ଯୋଗଦେଇ ପୁରସ୍କୃତ ହେବାସହ କଲେଜ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି।

ସେନାବାହିନୀରେ ଯୋଗଦେବା ପାଇଁ ଏନ୍‌ସିସି ହେଉଛି ପ୍ରମୁଖ ମାଧ୍ୟମ। କ୍ୟାଡେଟମାନଙ୍କ ଚରିତ୍ର ଭଲ ହେବାକୁ ପଡିବ, ସାହସ ଲୋଡ଼ା, ନେତୃତ୍ୱ ନେବାର ଦକ୍ଷତା ରହିବାକୁ ପଡିବ ବୋଲି ବକ୍ତାମାନେ କହିଥିଲେ। ଆର୍ମି ୱିଂଙ୍ଗ ସିଟିଓ ଅର୍ପଣ ପ୍ରଧାନ ସ୍ବାଗତ ଭାଷଣ ଦେଇଥିବା ବେଳେ ନାଭାଲ ୱିଂଙ୍ଗ ସିଟିଓ ବିଭୂତି ଗୌଡ ଧନ୍ୟବାଦ ପ୍ରଦାନ କରିଥିଲେ। ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ।

ସୂଚନାଯୋଗ୍ୟ ଯେ ୧୯୪୭ ମସିହାରେ ଦେଶ ସ୍ବାଧୀନତା ହେବା ପରେ ୧୯୪୮ ମସିହାରେ ଏନସିସି ପ୍ରତିଷ୍ଠା ହୋଇଥିଲା। ତେଣୁ ପ୍ରତିବର୍ଷ ନଭେମ୍ବର ମାସ ୪ର୍ଥ ରବିବାର ଏନସିସି ଦିବସ ପାଳନ ହେଉଛି। ଉକ୍ତ ଦିବସକୁ ମନେ ପକାଇବା ପାଇଁ କ୍ୟାଡେଟ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ସହ ସଭା ହେଉଛି। ଏହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନସିସି ଆର୍ମି ୱିଂଙ୍ଗ ଏବଂ ନାଭାଲ ୱିଂଙ୍ଗ କ୍ୟାଡେଟଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା। ଗୁରୁବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ରଚନା, ନୃତ୍ୟ ପ୍ରମୁଖ ପ୍ରତିଯୋଗିତା ହୋଇଥିଲା। ଆଜି କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବରିଷ୍ଠ କିରାଣୀ ପ୍ରଦୀପ ଖଣ୍ଡୁଆଳ, ତପନ ବେହେରା,କର୍ମଚାରୀ ସୁଧିର ବିଷୋୟୀ, ପ୍ରସନ୍ନ ପ୍ରଧାନ, ସୁଚିତ୍ର ଜେନା ପ୍ରମୁଖ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri