ଓଡ଼ିଶାରେ ବଢିବ ଏନ୍‍.ସି.ସି. କାଡେଟ୍‍ ସଂଖ୍ୟା: କାଡେଟମାନଙ୍କୁ ମିଳିବ ବିମାନ ଉଡାଣ ପ୍ରଶିକ୍ଷଣ

ଭୁବନେଶ୍ୱର, ୧୦।୨: ଏନ୍‍.ସି.ସି. ମହାନିର୍ଦ୍ଦେଶକ ଲେଫ୍‍ଟନାଣ୍ଟ ଜେନେରାଲ ଗୁରୁବୀର ପାଲ୍‍ ସିଂହ ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶାରେ ଏନ୍‍.ସି.ସି.ର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି ।

ଆଲୋଚନାରୁ ଜଣାଯାଇଛି ଯେ, ଓଡ଼ିଶାରେ ଏନ୍‍.ସି.ସି.ର କାଡେଟ୍‍ ସଂଖ୍ୟା ୬୦ ହଜାର ରହିଛି । ଏହାକୁ ୯୦ ହଜାରକୁ ବୃଦ୍ଧି କରାଯିବ । ଏଥିପାଇଁ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ସହିତ ରାଜ୍ୟର ଅନ୍ୟାନ୍ୟ ବିଦ୍ୟାଳୟରେ ମଧ୍ୟ ଏନ୍‍.ସି.ସି. ଶାଖା ପ୍ରତିଷ୍ଠା କରାଯିବ ।

ରାଜ୍ୟରେ ଏନ୍‍.ସି.ସି. ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ କଟକ, ବ୍ରହ୍ମପୁର ଓ ସମ୍ୱଲପୁରରେ ତିନୋଟି ଟ୍ରେନିଙ୍ଗ୍ ସେଣ୍ଟର ପ୍ରତିଷ୍ଠା କରାଯିବ । କଟକ ଓ ବ୍ରହ୍ମପୁରରେ ଏଥିପାଇଁ ୫ ଏକର ଲେଖାଏଁ ଜମି ଉପଲବ୍‍ଧ ଥିବାବେଳେ, ସମ୍ୱଲପୁରରେ ଏଥିପାଇଁ ୧୦ ଏକର ଜମି ଯୋଗାଇ ଦିଆଯିବ ।

ଏହା ସହିତ କୋରାପୁଟରେ ଏନ୍‍.ସି.ସି.ର ଗ୍ରୁପ୍‍ ହେଡ୍‍କ୍ୱାଟର୍ସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକାରୀ ଓ କର୍ମଚାରୀ ମଧ୍ୟ ଯୋଗାଇ ଦିଆଯିବ ।

ଝାରସୁଗୁଡ଼ା ଏୟାରପୋର୍ଟରେ ଏନ୍‍.ସି.ସି. ପିଲାମାନଙ୍କୁ ବିମାନ ଉଡାଣ ପ୍ରଶିକ୍ଷଣ ଦେବାପାଇଁ ମଧ୍ୟ ନିଷ୍ପତ୍ତି କରାଯାଇଛି । ଏଥିପାଇଁ ସେଠାରେ ଏକ ହ୍ୟାଙ୍ଗର ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧.୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏନ୍‍.ସି.ସି. ହେଉଛି ଦେଶର ଏକ ପ୍ରତିଷ୍ଠିତ ସଂସ୍ଥା । ଛାତ୍ର ଓ ଯୁବଶକ୍ତିର ସମ୍ଭାବନାକୁ ବିକଶିତ କରି ଦେଶର ସେବାରେ ନିୟୋଜିତ କରିବା କ୍ଷେତ୍ରରେ ଏହାର ତୁଳନା ନାହିଁ । ତେଣୁ ଓଡ଼ିଶାରେ ଏହି ସଂସ୍ଥାର ସମ୍ପ୍ରସାରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ଏନ୍‍.ସି.ସି.ର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଏଥିପାଇଁ ଏନ୍‍.ସି.ସି. ପକ୍ଷରୁ ଡାଇରେକ୍ଟର କର୍ଣ୍ଣେଲ ସାଗର ମହାନ୍ତି ଓ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଏନ୍‍.ସି.ସି. ଓ ରାଜ୍ୟ ସରକାର ମଧ୍ୟରେ ସମନ୍ୱୟ ରକ୍ଷା କରି ଏହି ନିଷ୍ପତ୍ତି ଗୁଡ଼ିକର ରୂପାୟନକୁ ତ୍ୱରାନ୍ୱିତ କରିବା ପାଇଁ ସ୍ଥିର ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ବିଜେଡିରେ ଯୁବନେତା କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ…

ଭେନେଜୁଏଲା ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ, ଜାରିହେଲା ଜରୁରୀ ସ୍ଥିତି

ନ୍ୟୁୟର୍କ,୩୧ା୧:ଭେନେଜୁଏଲା ପରେ ଏବେ ଅନ୍ୟତମ କାରିବିଆନ ରାଷ୍ଟ୍ର କ୍ୟୁବା ଉପରେ ଟ୍ରମ୍ପଙ୍କ ଦୃଷ୍ଟି ପଡ଼ିଛି। କ୍ୟୁବାକୁ ଏକଘରିକିଆ କରିବାକୁ ଟ୍ରମ୍ପ ଏହି ଦେଶ ଉପରେ ଜରୁରିକାଳୀନ ସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri