Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ଅଧ୍ୟକ୍ଷତାରେ ବସିବ ଏନ୍‌ସିସିଏସଏର ପ୍ରଥମ ବୈଠକ,ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦।୬: ଦେଶର ରାଜଧାନୀ ଦିଲ୍ଲୀରେ ଅଧିକାରୀଙ୍କ ଟ୍ରାନ୍ସଫର ପୋଷ୍ଟିଂ ପ୍ରସଙ୍ଗରେ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ଆଣି ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ବଦଳାଇ ଦେଇଛନ୍ତି। ଏକ ନିୟମାବଳୀ ମାଧ୍ୟମରେ ସେବା ବିଭାଗ ସହ ଜଡିତ ପ୍ରସଙ୍ଗଗୁଡ଼ିକ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ କେନ୍ଦ୍ର ଏନ୍‌ସିସିଏସଏ (ନ୍ୟାଶନାଲ କ୍ୟାପିଟାଲ ସିଭିଲ ସର୍ଭିସ ଅଥରିଟି) ଗଠନ କରିଥିଲା। ଏହି ନିୟମରେ ମଧ୍ୟ ଉଲ୍ଲେଖ କରାଯାଇଛି ଯେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏନସିସିଏର ଅଧ୍ୟକ୍ଷତା କରିବେ। ଦିଲ୍ଲୀର ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଗୃହ ସଚିବ ଏହି କମିଟିର ସଦସ୍ୟ ରହିଛନ୍ତି। ଏହି ନିୟମ ମାଧ୍ୟମରେ ଗଠିତ ଏନ୍‌ସିସିଏସଏର ପ୍ରଥମ ବୈଠକ ଆଜି ଅନୁଷ୍ଠିତ ହେବ।

ନ୍ୟାଶନାଲ କ୍ୟାପିଟାଲ ସିଭିଲ ସର୍ଭିସ ଅଥରିଟିର ବୈଠକ ସିଏମଙ୍କ ବାସଭବନରେ ଆଉ କିଛି ସମୟ ପରେ ଆରମ୍ଭ ହେବାକୁ ଯାଉଛି। ଏହା ବ୍ୟତୀତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇପାରେ ବୋଲି କୁହାଯାଉଛି। ସେବା ବିଭାଗର ସ୍ବତନ୍ତ୍ର ସଚିବଙ୍କ କାର୍ଯ୍ୟ ଶୌଳୀରେ ଏଏପି ସରକାର ଅସନ୍ତୁଷ୍ଟ ବୋଲି ବିଶ୍ୱାସ କରାଯାଏ।

ଦିଲ୍ଲୀ ସିଏମ ଏନ୍‌ସିସିଏସଏ ଏହି ପ୍ରଥମ ବୈଠକ ଡାକିଛନ୍ତି। କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ଆଣି ଦିଲ୍ଲୀ ରାଜ୍ୟ ସରକାରଙ୍କ ଅଧିକାରକୁ ଅସାମ୍ବିଧାନିକ ଢଙ୍ଗରେ ରଦ୍ଦ କରିଥିବା କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ଏହି ବୈଠକ ଆଜି ଦିଲ୍ଲୀ ସିଏମଙ୍କ ବାସଭବନରେ ଅନୁଷ୍ଠିତ ହେବ, ଯେଉଁଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ଗୃହ ସଚିବ ଉପସ୍ଥିତ ରହିବେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri