ଆମାଜନରେ ମିଳିବ ଏନ୍‌ସିଇଆର୍‌ଟି ପୁସ୍ତକ: ଧର୍ମେନ୍ଦ୍ର

ଭୁବନେଶ୍ୱର,୮।୧୦(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସୋମବାର ଭାରତ ସରକାରଙ୍କ ଅଧୀନରେ ଥିବା ଏନ୍‌ସିଇଆର୍‌ଟି ଏବଂ ଅନ୍ୟତମ ସର୍ବବୃହତ ଇ-କମର୍ସ ପ୍ଲାଟଫର୍ମ ଆମାଜନ ସେଲର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ମଧ୍ୟରେ ଲେଟର୍‌ ଅଫ୍‌ ଏନ୍‌ଗେଜମେଣ୍ଟ(ଏଲ୍‌ଓଇ) ସ୍ବାକ୍ଷରିତ ହୋଇଛି। ଏହା ହେଉଛି ପ୍ରଥମ ଚୁକ୍ତି, ଯାହା ପ୍ରମୁଖ ଇ-କମର୍ସ ପ୍ଲାଟଫର୍ମରେ ମୁଦ୍ରିତ ମୂଲ୍ୟରେ ମୂଳ ଏନ୍‌ସିଇଆର୍‌ଟି ପାଠ୍ୟପୁସ୍ତକର ଉପଲବ୍ଧତା ସୁନିଶ୍ଚିତ କରିବ। ଏହି କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଆଜିର ପଦକ୍ଷେପ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବା ପାଇଁ ଜାତୀୟ ଶିକ୍ଷା ନୀତିର ଭିଜନକୁ ସୁଦୃଢ଼ କରିବ। ସମଗ୍ର ଦେଶରେ ଡିଜିଟାଲ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଦେଖାଯାଇଥିବା ବେଳେ ଏହି ପଦକ୍ଷେପ ସରକାରଙ୍କ ‘ଇଜ୍‌ ଅଫ୍‌ ଲିଭିଂ’ ଲକ୍ଷ୍ୟକୁ ମଧ୍ୟ ସମର୍ଥନ କରିବ। ଏନ୍‌ସିଇଆର୍‌ଟି ୧୯୬୩ରୁ ପ୍ରାୟ ୨୨୦ କୋଟି ପୁସ୍ତକ ଓ ଜର୍ନାଲ ସହିତ ପାଠ୍ୟପୁସ୍ତକ ପ୍ରକାଶ କରି ଭାରତର ଶିକ୍ଷା ଦୃଶ୍ୟପଟକୁ ନୂଆ ଆକାର ଦେଇଛି। ଏନସିଇଆରଟି ଦେଶ ପାଇଁ ଏକ ପ୍ରମୁଖ ଥିଙ୍କଟ୍ୟାଙ୍କ୍‌ ବୋଲି ଗୁରୁତ୍ୱାରୋପ କରିବା ସହ ଦେଶବ୍ୟାପୀ ପ୍ରାୟ ୨୦ ହଜାର ପିନ୍‌ କୋଡ୍‌ ଠିକଣାରେ ଏହି ପୁସ୍ତକ ଉପଲବ୍ଧ ହେବ ବୋଲି ଧର୍ମେନ୍ଦ୍ର ଘୋଷଣା କରିଛନ୍ତି। ଏହି ପୁସ୍ତକଗୁଡ଼ିକ ଏମ୍‌ଆର୍‌ପିରେ ଉପଲବ୍ଧ ହେବା ନେଇ ମଧ୍ୟ ସେ ଗୁରୁତ୍ୱାରୋପ କରିଛନ୍ତି। ଆମାଜନ ସହ ଏନସିଇଆର୍‌ଟିର ଭାଗୀଦାରିତାକୁ ପ୍ରଶଂସା କରି ଧର୍ମେନ୍ଦ୍ର କହିଛନ୍ତି, ଏହା ଇଜ୍‌ ଅଫ୍‌ ଲିଭିଂ ଏବଂ ଶିକ୍ଷାର ଉପଲବ୍ଧତା ବୃଦ୍ଧି ଦିଗରେ ଏକ ସୁନ୍ଦର ପଦକ୍ଷେପ। ଏନସିଇଆରଟି ଚଳିତ ବର୍ଷ ୩ ଗୁଣା ଅଧିକ ପୁସ୍ତକ ପ୍ରକାଶନ ତଥା ୧୫ କୋଟି ପୁସ୍ତକ ପ୍ରକାଶ କରିବ ବୋଲି ସେ କହିଛନ୍ତି। ସେହିପରି ଅମୃତ କାଳର ୩୦୦ ନିୟୁତ ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷଣକୁ ଆନନ୍ଦଦାୟକ କରିବା ଉପରେ ସେ ପରାମର୍ଶ ଦେଇଛନ୍ତି। ଇଣ୍ଟରଆକ୍ଟିଭ୍‌ ଏବଂ ଏଆଇ ଦ୍ୱାରା ପରିଚାଳିତ ଇ-ପୁସ୍ତକର ବିକାଶ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri