Posted inଜାତୀୟ

ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ ଲାଗି ଏନ୍‌ସିଇଆର୍‌ଟିର ପ୍ରସ୍ତାବ

ନୂଆଦିଲ୍ଲୀ, ୯।୪: ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ନବମରୁ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କ ପରୀକ୍ଷା ଢାଞ୍ଚାରେ ବଡ଼ ଧରଣର ପରିବର୍ତ୍ତନ ଲାଗି ପ୍ରସ୍ତାବ ରଖିଛି। ୯ମରୁ ୧୨ଶ ଶ୍ରେଣୀ ମଧ୍ୟରେ ପିଲାମାନଙ୍କୁ ୮ଟି ସେମିଷ୍ଟର ବା ବୋର୍ଡ ପରୀକ୍ଷା ଦେବାକୁ ପଡ଼ିବ। ଅର୍ଥାତ୍‌ ପ୍ରତି ଶିକ୍ଷାବର୍ଷରେ ସେମାନେ ଦୁଇଟି ସେମିଷ୍ଟର ବା ବୋର୍ଡ ପରୀକ୍ଷାର ସମ୍ମୁଖୀନ ହେବେ। ଯଦି ସେମାନେ ଗୋଟିଏ ସେମିଷ୍ଟରରେ ଭଲ ନ କରନ୍ତି, ତେବେ ପରବର୍ତ୍ତୀ ସେମିଷ୍ଟରରେ ସେମାନଙ୍କୁ ଆଉ ଏକ ସୁଯୋଗ ମିଳିବ ବୋଲି ସ୍କୁଲ୍‌ ଶିକ୍ଷା ପାଇଁ ଥିବା ନୂଆ ଜାତୀୟ ପାଠ୍ୟକ୍ରମ ରୂପରେଖ (ଏନ୍‌ସିଏଫ୍‌)ରେ କୁହାଯାଇଛି। କେନ୍ଦ୍ର ଦ୍ୱାରା ନିଯୁକ୍ତ ଜାତୀୟ ଷ୍ଟିଅରିଂ କମିଟି ପ୍ରସ୍ତାବ ଅନୁଯାୟୀ କଳା ବିଭାଗର ପିଲାମାନେ ବାଣିଜ୍ୟ ଓ ବିଜ୍ଞାନ ପାଠ ପଢ଼ିପାରିବେ। ସେହିପରି ବାଣିଜ୍ୟ ଓ ବିଜ୍ଞାନ ପିଲାଙ୍କୁ ମଧ୍ୟ କଳା ବିଭାଗର ବିଷୟ ପଢ଼ିବାର ସୁଯୋଗ ମିଳିବ। ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ପୂର୍ବତନ ଅଧ୍ୟକ୍ଷ କେ. କସ୍ତୁରିରଙ୍ଗନ ଜାତୀୟ ଷ୍ଟିଅରିଂ କମିଟିର ମୁଖ୍ୟ ରହିଛନ୍ତି। ପରୀକ୍ଷା ଢାଞ୍ଚାରେ ପ୍ରସ୍ତାବିତ ପରିବର୍ତ୍ତନ ଉପରେ ଏନ୍‌ସିଇଆର୍‌ଟି ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷାବିତ୍‌ ଓ ବୁଦ୍ଧିଜୀବୀମାନଙ୍କଠାରୁ ପ୍ରସ୍ତାବ ମାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri