ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ ।ଭାବେ ପୋଡ଼ି ନଷ୍ଟ ହୋଇଯାଇଛି।

ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଖବର ପାଇ ପାରାଦୀପ ବନ୍ଦର ଅଗ୍ନିଶମ ବାହିନୀ ଓ କୁଜଙ୍ଗ ଅଗ୍ନିଶମ ବାହିନୀର ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡରେ ସମ୍ପୃକ୍ତ ଟ୍ରଲରଟି ନଷ୍ଟ ହୋଇଯାଇଛି।ସୌଭାଗ୍ୟବଶତଃ, ନିକଟରେ ଥିବା ଅନ୍ୟ ବୋଟ୍‌ଗୁଡ଼ିକ ଅଳ୍ପକେ ଅଗ୍ନିକାଣ୍ଡରୁ ବର୍ତ୍ତିଯାଇଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ମେରାଇନ୍ ପୋଲିସ ଓ ବୋଟ୍‌ ମାଲିକମାନେ ପହଞ୍ଚି ଘଟଣା ସମ୍ପର୍କରେ ତଥ୍ୟ ସଂଗ୍ରହ କରିଥିଲେ।

ପୋଡ଼ିଯାଇଥିବା ଟ୍ରଲରଟିର ନାମ ‘ଲକ୍ଷ୍ମୀ ଦେବୀ’ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ଏହି ପୋତାଶ୍ରୟରେ ଅଗ୍ନିକାଣ୍ଡ ଘଟି ୭ରୁ ଅଧିକ ଟ୍ରଲର ଓ ଡଙ୍ଗା ପୋଡ଼ିଯାଇଥିଲା। ଏହାକୁ ନେଇ ମାଛଧରା ବନ୍ଦର ପୋତାଶ୍ରୟରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ନେଇ ପୁଣିଥରେ ପ୍ରଶ୍ନ ଉଠିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିପାରିବା ଏବଂ ନିଶାମୁକ୍ତ…

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri