କୋଇଲା ଖସାଇବା ବେଳେ ଅଘଟଣ: ଜଳିଗଲେ ନାବାଳକ

ପାରାଦୀପ,୧।୩(ଶରତ ରାଉତ): ପାରାଦୀପ ଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ତଳେ ଶନିବାର ଖରାବେଳେ ଅଘଟଣ ଘଟିଛି। ଦୁଇଜଣ ନାବାଳକ ଚଳନ୍ତା ଟ୍ରେନରେ ଚଢି କୋଇଲା ତଳକୁ ଖସାଇବା ବେଳେ ବିଦ୍ୟୁତ ସଂଶର୍ପରେ ଆସି ପୋଡି ଯାଇଛନ୍ତି। ଆହତ ନାବଳକ ହେଲେ ସବଷ୍ଟେସନ ବସ୍ତିର ନନ୍ଦନ(ନଣ୍ଡା)। ସେ ଓ ତା’ର ସାଙ୍ଗ ବର୍ଦ୍ଧନ ଦୁହେଁ ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରୁ ବାହାରୁଥିବା କୋଇଲା ବୋଝେଇ ଟ୍ରେନରୁ କୋଇଲା ତଳକୁ ଖସାଉ ଥିଲେ। ଏହି ସମୟରେ ସେ ବିଦ୍ୟୁତ ତାର ସହିତ ଲାଗି ଯାଇଥିଲେ। ଘଟଣାସ୍ଥଳରେ ସେ ପୋଡି ହୋଇ ତଳକୁ ଖସି ପଡିଥିଲେ। ଗୁରୁତର ଆହତ ଅବସ୍ଥାରେ ସେଠାକାର ଜଣେ ମହିଳା ଶିବାନୀ ଗିରି ତାଙ୍କୁ ଉଦ୍ଧାର କରି ବିଜୁ ମେମୋରିଆଲ ହସପିଟାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ ଡାକ୍ତର କଟକ ବଡ଼ ମେଡ଼ିକାଲ ପଠାଇଥିଲେ।
ସୂଚନାଯୋଗ୍ୟ ସେହି ଓଭରବ୍ରିଜ ତଳୁ ନିୟମିତ କୋଇଲା ଚୋରି ହୁଏ। ଗତ ଫେବୃଆରୀ ୭ ରେ ଓଭରବ୍ରିଜ ତଳ ଫାଣ୍ଡି କଲୋନୀ ମଧ୍ୟରୁ ବିପୁଳ ପରିମାଣର କୋଇଲା ଆରପିଏଫ ଓ ପୋଲିସ ଜବତ କରିଥିଲା। ଏବେ ସେହି ଚୋରି ଘଟଣା ପାଇଁ ଜଣେ ନାବାଳକଙ୍କ ଜୀବନ ସଙ୍କଟାପନ୍ନ ହୋଇଛି। ଏହି କାରବାର ପଛରେ ଅନେକ ପ୍ରଭାବଶାଳୀ ଲୋକଙ୍କ ଭୂମିକା ରହିଛି। ସାମାନ୍ୟ ଅର୍ଥ ଲୋଭରେ ଛୋଟ ପିଲାମାନେ ବିପଦପୂର୍ଣ୍ଣ ଭାବେ ଏଭଳି ଟ୍ରେନ ଉପରେ ଚଢି ଚୋରି କରୁଛନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri