Posted inଜାତୀୟ

ଶିମଲାରେ ନୁହେଁ ବେଙ୍ଗାଲୁରୁ ହେବ ବିରୋଧୀ ଦଳ ବୈଠକ

ମୁମ୍ବାଇ,୨୯।୬: ଲୋକ ସଭା ନିର୍ବାଚନ -୨୦୨୪ରେ ଭାଜପା ବିରୋଧରେ ଏକଜୁଟ ହେବାକୁ ଚେଷ୍ଟା କରୁଥିବା ବିରୋଧୀ ଦଳର ପରବର୍ତ୍ତୀ ବୈଠକ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଶିମଲାରେ ଅନୁଷ୍ଠିତ ହେବ ବୋଲି କୁହାଯାଉଥିଲା। ବିରୋଧୀଙ୍କ ପରବର୍ତ୍ତୀ ବୈଠକ ୧୩ ଏବଂ ୧୪ ଜୁଲାଇରେ ହେବ ବୋଲି ଏନସିପି ସୁପ୍ରିମୋ ଶରଦ ପାୱାର କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଯୋଗ ଉପରେ ଏନସିପି ସୁପ୍ରିମୋ ଶରଦ ପାୱାର ପାଲଟା ଉତ୍ତର ଦେଇଛନ୍ତି। ଶରଦ ପାୱାର କହିଛନ୍ତି, ପାଟନାରେ ବିରୋଧୀ ଦଳର ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦି ଅଶାନ୍ତ ହୋଇପଡିଛନ୍ତି। ବିରୋଧୀଙ୍କ ପରବର୍ତ୍ତୀ ବୈଠକ ୧୩ ଏବଂ ୧୪ ଜୁଲାଇରେ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବ।ଯେଉଁଠାରେ ଭାଜପା ସରକାର ଅଛି ସେଠାରେ ଜାତି ଦଙ୍ଗା ଘଟୁଛି। ଜାତି ଧର୍ମ ନାମରେ ମହାରାଷ୍ଟ୍ରରେ ଦଙ୍ଗା ଚାଲିଛି।

ଶରଦ ପାୱାର କହିଛନ୍ତି, ମୋ ଝିଇ ସୁପ୍ରିୟା ତାଙ୍କ କାର୍ଯ୍ୟ ଆଧାରରେ ୩ଥର ଲୋକ ସଭା ନିର୍ବାଚନ ଜିତିଛନ୍ତି। ମହାରାଷ୍ଟ୍ରରେ ଜିଲା ପଞ୍ଚାୟତ, ଗ୍ରାମ ପଞ୍ଚାୟତ, ମ୍ୟୁନିସିପାଲିଟି କର୍ପୋରେଶନ ସ୍ତରରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ରହିଛି। ଆମ କେନ୍ଦ୍ର ସରକାରଙ୍କ ତରଫରୁ ଏକ ଦାବି ରହିଛି ଯେ ବିଧାନସଭା ଏବଂ ଲୋକ ସଭାରେ ମହିଳାମାନଙ୍କୁ ସଂରକ୍ଷଣ ଦେବା ପାଇଁ ଦେଶ ନିଷ୍ପତ୍ତି ନେବା ଉଚିତ୍‌। ଏନସିପି ସେମାନଙ୍କ ସହିତ ଛିଡା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri