Posted inଜାତୀୟ

ଶରଦ ପାଓ୍ବାରଙ୍କ ରାତ୍ର ଭୋଜନରେ ସଞ୍ଜୟ-ଗଡକରୀ ସାମିଲ

ନୂଆଦିଲ୍ଲୀ,୬।୪: ମହାରାଷ୍ଟ୍ରର ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏନ୍‌ସିପି ମୁଖ୍ୟ ଶରଦ ପାୱାର ମଙ୍ଗଳବାର ରାଜଧାନୀ ଦିଲ୍ଲୀର ଜନପଥ ୬ସ୍ଥିତ ତାଙ୍କ ବାସଭବନରେ ମହାରାଷ୍ଟ୍ରର ବିଧାୟକଙ୍କ ପାଇଁ ଏକ ରାତ୍ର ଭୋଜନର ଆୟୋଜନ କରିଥିଲେ। ଏହି ପାର୍ଟିରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓ ଶିବସେନା ମୁଖପାତ୍ର ସଞ୍ଜୟ ରାଉତଙ୍କ ସମେତ ଅନେକ ନେତା ଯୋଗଦେଇଥିଲେ। ସୂଚନା ମୁତାବକ ଶରଦ ପାୱାରଙ୍କୁ ୟୁପିଏର ଅଧ୍ୟକ୍ଷ କରିବାକୁ ନେଇ ଏକ ଅଭିଯାନ ଚାଲିଛି। ଯଦିଓ ସେ ନିଜେ ଏହି ବିଷୟରେ ଅନିଚ୍ଛା ପ୍ରକାଶ କରିଛନ୍ତି। କିନ୍ତୁ ତାଙ୍କ ଘରେ ନେତାଙ୍କ ଏହି ସମାବେଶକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଲାଗି ରହିଛି। ଅନ୍ୟପଟେ ଏହି ରାତ୍ରୀ ଭୋଜନ ଏଭଳି ଦିନରେ ଆୟୋଜନ ହୋଇଥିଲା ଯେତେବେଳେ ଶିବସେନା ନେତା ସଞ୍ଜୟ ରାଉତଙ୍କ ପରିସରରେ ଇଡି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ସୂଚନାଯୋଗ୍ୟ, ଲୋକ ସଭା ସଚିବାଳୟ ଦ୍ୱାରା ଆୟୋଜିତ ହୋଇଥିବା ୨ ଦିନିଆ ଅରିଏଣ୍ଟେଶନ୍‌ ପ୍ରୋଗ୍ରାମରେ ଭାଗ ନେବାକୁ ମହାରାଷ୍ଟ୍ରର ବିଧାୟକମାନେ ରାଜଧାନୀ ଦିଲ୍ଲୀରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?