Posted inଜାତୀୟ

ଶାହାଙ୍କୁ ଭେଟିଲେ ଶରଦ ପାୱାର

ନୂଆଦିଲ୍ଲୀ,୩ ।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ଏନ୍‌ସିପି ମୁଖ୍ୟ ଶରଦ ପାୱାର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି । ହେଲେ କେଉଁ ବିଷୟକୁ ନେଇ ଏମାନଙ୍କ ମଧ୍ୟରେ କଥା ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ । ତେଣୁ ଏବେ ଏହି ସାକ୍ଷାତ୍‌କାରକୁ ନେଇ ରାଜନୀତିରେ ଉଷ୍ମତା ଦେଖାଦେଇଛି । ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସ ଅନ୍ୟ ବିରାଧୀ ନତାଙ୍କୁ ଏକାଠି କରିବାକୁ ପ୍ରୟାସ ରିବା ସମୟରେ ଏନ୍‌ସିପି ଓ ଭାଜପା ନେତାଙ୍କ ନିୟମିତ ବୌଠକ ବହୁ ପ୍ରଶ୍ନ ଉଠାଉଛି । ଗୋଟିଏ ଦିନ ପୂର୍ବରୁ ଏନ୍‌ସିପି ନେତା ତଥା ଏମ୍‌ପି ସୁପ୍ରିୟା ସୁଲେ ଓ ସୁନିଲ ତଟକରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣଙ୍କ ସହ ସାକ୍ଷାତ୍ କରିଥିଲେ । ଏହାସହ ମଙ୍ଗଳବାର ସକାଳେ ରାହୁଲ ଗାନ୍ଧୀଙ୍କ ଚା’ ପାଟିରେ ବି ସୁପ୍ରିୟା ଯୋଗ ଦେଇଥିଲେ । ହେଲେ ଏବେ ଶାହାଙ୍କ ସହ ପାୱାରଙ୍କ ସାକ୍ଷାତ୍‌କାର ରାଜନୈତିକ ମହଲରେ ଆଲୋଚନାର ବିଷୟ ପାଲଟିଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା କହୁଛି ଶାହାଙ୍କୁ ଭେଟି ପାୱାର କରୋନା ଓ ବନ୍ୟା ପରିସ୍ଥିତି ବିଷୟରେ ଆଲାଚନା କରିଥାଇ ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri