Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ନମାଜ, ହନୁମାନ ଚାଳିଶା ପାଠ ପାଇଁ ଅନୁମତି ମାଗିଲେ ଏନ୍‌ସିପି ନେତ୍ରୀ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ ହନୁମାନ ଚାଳିଶା ପାଠକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏହାକୁ ନେଇ ରାଜନୀତି ସରଗରମ ହୋଇପଡିଛି। ଏନସିପି ଦଳର କର୍ମୀ ଫହମିଦା ହାସନ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ବାହାରେ ହନୁମାନ ଚାଳିଶା ପାଠ ପାଇଁ ଅନୁମତି ମାଗିଛନ୍ତି। ସେ ଏହି ଚିଠିରେ ଲେଖିଛନ୍ତି, ମୁଁ ହେଉଛି ଫହମିଦା ହାସନ ଖାନ, କାନ୍ଦିଭନ୍‌ଲୀ ମୁମ୍ବାଇ ମହାରାଷ୍ଟ୍ର, ମୋତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ବାହାରେ ହନୁମାନ ଚାଳିଶା, ନମାଜ, ନଭକାର ମନ୍ତ୍ର, ଗୁରୁ ଗ୍ରନ୍ଥ ପଢିବାକୁ ଅନୁମତି ଦେବାକୁ ଅନୁରୋଧ। ଦୟାକରି ମୋତେ ଦିନ ଏବଂ ସମୟ କୁହନ୍ତୁ।
ଫହମିଦା କହିଛନ୍ତି, ସେ ସବୁବେଳେ ତାଙ୍କ ଘରେ ହନୁମାନ ଚାଳିଶା ଏବଂ ଦୁର୍ଗା ପୂଜା କରନ୍ତି। କିନ୍ତୁ ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିଦରୁ ଉଠାଇବା ଜରୁରୀ ହୋଇପଡିଛି। ଯଦି ରବି ରାଣା ଏବଂ ନବନୀତ୍‌ ରାଣା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ମାଥୋଶ୍ରୀ ବାହାରେ ହନୁମାନ ଚାଳିଶା ମହାରାଷ୍ଟ୍ରର ଲାଭ ଦେଖୁଛନ୍ତି, ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନ ବାହାରେ ହନୁମାନ ଚାଳିଶା ସହ ବିଭିନ୍ନ ଧର୍ମର ମନ୍ତ୍ର ପଢିଲେ ଦେଶ ଲାଭବାନ ହେବ।
ସ୍ବାଧୀନ ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣା ମୁମ୍ବାଇ ଜେଲରେ ରହିଛନ୍ତି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଘର ସମ୍ମୁଖରେ ହନୁମାନ ଚାଳିଶା ପାଠ ପାଇଁ ଖୋଲା ଚାଲେଞ୍ଚ ଦେବା ପରେ ପୋଲିସ ଉଭୟଙ୍କୁ ଶନିବାର ଗିରଫ କରିଥିଲା।

NCP VIRLA LETTER


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri