Posted inଜାତୀୟ

୧୬ ବିଧାୟକ ଅଯୋଗ୍ୟ ଘୋଷିତ ହେଲେବି ଭାଙ୍ଗିବନି ଶିନ୍ଦେ-ଫଡ୍‌ନବିସ ସରକାର: ଅଜିତ ପାଓ୍ବାର

ମୁମ୍ବାଇ,୧୫।୫: ମହାରାଷ୍ଟ୍ରର ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରା ଶୁଣାଯାଇଥିବା ରାୟ ପରେ ଏବେ ସମସ୍ତଙ୍କ ଅପେକ୍ଷା ମହାରାଷ୍ଟ୍ର ବିଧାନସଭାର ଅଧ୍ୟକ୍ଷଙ୍କ ନିଷ୍ପତ୍ତି ଉପରେ। କାରଣ ସେ ହିଁ ଶିନ୍ଦେ ଗ୍ରୁପର ୧୬ ବିଧାୟକଙ୍କ ଅଯୋଗ୍ୟତା ଉପରେ ଶେଷ ନିଷ୍ପତ୍ତି ନେବେ। ଇତିମଧ୍ୟରେ ଏନସିପିର ବରିଷ୍ଠ ନେତା ଅଜିତ ପାଓ୍ବାର ଦାବି କରିଛନ୍ତି କି ୧୬ ବିଧାୟକ ଅଯୋଗ୍ୟ ଘୋଷଣା ହେବା ପରେ ବି ଶିନ୍ଦେ-ଫଡ୍‌ନବିସ ସରକାର ଭାଙ୍ଗିବ ନାହିଁ। ସେ କହିଛନ୍ତି, ସରକାରଙ୍କ ପ୍ରତି କୌଣସି ବିପଦ ନାହିଁ। ହେଲେ ଅଜିତ ପାଓ୍ବାର ଏହି ଦାବି କେଉଁ ଆଧାରରେ କରିଛନ୍ତି ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସୂଚନାଯୋଗ୍ୟ, ଗୁରୁବାର ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ବିଧାନସଭା ବାଚସ୍ପତିଙ୍କୁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦଳର ୧୬ ବିଧାୟକଙ୍କ ସଦସ୍ୟତା ଉପରେ ନିଷ୍ପତ୍ତି ନେବାର ଅଧିକାର ଦେଇଛନ୍ତି। ତେବେ ଏହା ପରେ ବିଧାନସଭା ବାଚସ୍ପତି ରାହୁଲ ନାରଭେକର କହିଛନ୍ତି ଯେ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସେ ଶୀଘ୍ର ଏହି ବିଷୟରେ ନିଷ୍ପତ୍ତି ନେବେ। ସେ କହିଥିଲେ ଯେ ସେ ଏହି ପ୍ରସଙ୍ଗରେ ସମ୍ପୂର୍ଣ୍ଣ ନିରପେକ୍ଷ ନିଷ୍ପତ୍ତି ନେବେ ଏବଂ କାହାର ଚାପ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ପ୍ରକ୍ରିୟା ଶେଷ କରିବାକୁ ଯେତେ ସମୟ ଲାଗିବ ତାହା ନିଆଯିବ ବୋଲି ନାରଭେକର କହିଥିଲେ। ସେ କହିଛନ୍ତି ଯେ ବାଚସ୍ପତି ପଦ କୌଣସି ଦଳର ନୁହେଁ, ବରଂ ସମଗ୍ର ଗୃହର। ବିଧାନସଭା ବାଚସ୍ପତି କହିଛନ୍ତି ଯେ ଏହି ପଦବୀରେ ଅବସ୍ଥାପିତ ଯେ କୌଣସି ବ୍ୟକ୍ତି ସମ୍ବିଧାନରେ ଧାର୍ଯ୍ୟ କରାଯାଇଥିବା ନିୟମ ଅନୁଯାୟୀ ନିଷ୍ପତ୍ତି ନିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?