Posted inଜାତୀୟ

ଏୟାର ଇଣ୍ଡିଆ ବିମାନରେ କ୍ରୁ ମେମ୍ବର ଥିଲେ NCP ନେତାଙ୍କ ବୋହୂ

ଅହମ୍ମଦାବାଦ,୧୩ା୬: ଗୁରୁବାର ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଭୟଙ୍କର ଦୁର୍ଘଟଣାରେ ବିମାନରେ ଥିବା ୨୪୨ ଜଣ ଯାତ୍ରୀଙ୍କ ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ଭୟଙ୍କର ଏବଂ ଯନ୍ତ୍ରଣାଦାୟକ ଫଟୋ ସମଗ୍ର ଦେଶକୁ ଚକିତ କରିଛି।

ଏହି ବିମାନରେ ୧୦ ଜଣ କ୍ରୁ ମେମ୍ବର ଏବଂ ୨ ଜଣ ପାଇଲଟ ଥିଲେ। ମହାରାଷ୍ଟ୍ର ଏନ୍‌ସିପି ମୁଖ୍ୟ ସୁନୀଲ ତଟକରେ କହିଛନ୍ତି ଯେ, ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନରେ ଥିବା ବରିଷ୍ଠ କ୍ରୁ ମେମ୍ବର ଅପର୍ଣ୍ଣା ମହାଦିକ ତାଙ୍କ ସମ୍ପର୍କୀୟ।

ସୁନିଲ ତଟକରେ କହିଛନ୍ତି, ଅପର୍ଣ୍ଣା ମହାଦିକ ମୋ’ ସାନ ଭଉଣୀଙ୍କ ବୋହୂ। ତାଙ୍କ ପରିବାର ମୁମ୍ବାଇରେ ରୁହନ୍ତି। ମୋର ଭଣଜା, ଯିଏ ଅପର୍ଣ୍ଣାଙ୍କ ସ୍ବାମୀ, ମଧ୍ୟ ଏୟାର ଇଣ୍ଡିଆରେ ଜଣେ କ୍ୟାବିନ କ୍ରୁ। ଦୁର୍ଘଟଣା ସମୟରେ ସେ ଦିଲ୍ଲୀରେ ଥିଲେ। ସେ ଆହୁରି କହିଛନ୍ତି, ମହାଦିକ ପରିବାରକୁ ଏହି ଦୁଃଖଦ ଦୁର୍ଘଟଣା ବିଷୟରେ ସୂଚନା ଦିଆଯାଇଛି।

ଅପର୍ଣ୍ଣାଙ୍କ ବୟସ ୪୨ ବର୍ଷ ଥିଲା। ସେ ଏୟାର ଇଣ୍ଡିଆରେ ଜଣେ କ୍ୟାବିନ କ୍ରୁ ଥିଲେ। କିନ୍ତୁ କିଏ ଜାଣିଥିଲା ଏହା ତାଙ୍କର ଶେଷ ବିମାନ ହେବ। ଏହି ବିମାନ ଗୁରୁବାର ଦିନ ଅପରାହ୍ନ ୧.୩୮ରେ ଅହମ୍ମଦାବାଦରୁ ଉଡ଼ାଣ କରିଥିଲା। DGCA ଅନୁଯାୟୀ, ବିମାନଟି ଉଡ଼ାଣ ଆରମ୍ଭ କରିବାର ମାତ୍ର ୫ ମିନିଟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ୬୨୫ ଫୁଟ ଉଚ୍ଚତାରେ ପହଞ୍ଚିବା ମାତ୍ରେ ଦ୍ରୁତ ଗତିରେ ତଳକୁ ଆସି ଭୟଙ୍କର ବିସ୍ଫୋରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍‌ଇଇଟି ୟୁଜି

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?