Posted inଜାତୀୟ

ମରାଠା ସଂରକ୍ଷଣର ଆନ୍ଦୋଳନ କାରୀ ଜାଳିଦେଲେ ଏନସିପି ବିଧାୟକଙ୍କ ଘର

ମୁମ୍ବାଇ,୩୦।୧୦: ମରାଠା ସଂରକ୍ଷଣ ଆନ୍ଦୋଳନ ମହାରାଷ୍ଟ୍ରରେ ଏକ ହିଂସାତ୍ମକ ରୂପ ନେଇଛି। ଏଠାରେ ବିଡରେ ମରାଠା ସଂରକ୍ଷଣ ଆନ୍ଦୋଳନକାରୀମାନେ ଏନସିପି (ଜାତୀୟତାବାଦୀ କଂଗ୍ରେସ ପାର୍ଟି) ବିଧାୟକ ପ୍ରକାଶ ସୋଲାଙ୍କେଙ୍କ ଘରେ ଭଙ୍ଗାରୁଜା କରି ନିଆଁ ଲଗାଇ ଦେଇଥିଲେ। ମରାଠା ସଂରକ୍ଷଣ ଆନ୍ଦୋଳନକାରୀଙ୍କ ଆକ୍ରମଣ ପରେ ବିଧାୟକ ପ୍ରକାଶ ସୋଲଙ୍କେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିଧାୟକ କହିଛନ୍ତି, ଯେତେବେଳେ ଆକ୍ରମଣ ହୋଇଥିଲା ସେତେବେଳେ ମୁଁ ମୋ ଘର ଭିତରେ ଥିଲି। ସୌଭାଗ୍ୟବଶତଃ ଆନ୍ଦୋଳନକାରୀଙ୍କ ଆକ୍ରମଣରେ ମୋର ପରିବାର ସଦସ୍ୟ କିମ୍ବା କର୍ମଚାରୀ ଆହତ ହୋଇନାହାଁନ୍ତି।

ବିଧାୟକ ପ୍ରକାଶ ସୋଲାଙ୍କେ କହିଛନ୍ତି ଯେ ଅଗ୍ନିକାଣ୍ଡ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ସମ୍ପତ୍ତି ନଷ୍ଟ ହୋଇଛି। ମରାଠା ସଂରକ୍ଷଣ ବିରୋଧୀଙ୍କ ଦ୍ୱାରା ଏନସିପି ବିଧାୟକ ପ୍ରକାଶ ସୋଲଙ୍କେଙ୍କ ବିଡ ବାସଭବନ ଉପରେ ହୋଇଥିବା ଆକ୍ରମଣ ଉପରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କହିଛନ୍ତି ଯେ ମନୋଜ ଜରାଙ୍ଗେ ପାଟିଲ (ମରାଠା ମୋର୍ଚ୍ଚାର ସଂଯୋଜକ) ଧ୍ୟାନ ଦେବା ଉଚିତ ଯେ ଏହି ପ୍ରତିବାଦ କେଉଁ ଆଭିମୁଖ୍ୟ ଗ୍ରହଣ କରୁଛି। ଏହା ଭୁଲ ଦିଗରେ ଯାଉଛ। ମୁଖ୍ୟମନ୍ତ୍ରୀ ଶିନ୍ଦେ ଏହା ମଧ୍ୟ କହିଛନ୍ତି ଯେ ମରାଠା ସଂରକ୍ଷଣ ବିରୋଧୀ ମନୋଜଙ୍କୁ ସରକାର ସମୟ ଦେବା ଉଚିତ, ସରକାର ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?