Posted inଜାତୀୟ

ଇସ୍ରାଏଲ ସହିତ ନାହାନ୍ତି ଭାରତ ସରକାର: ଶରଦ ପାଓ୍ବାର

ମୁମ୍ବାଇ,୧୩।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗତ ସପ୍ତାହରେ ଇସ୍ରାଏଲ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଇସ୍ରାଏଲ ଗାଜା ଷ୍ଟ୍ରିପରେ ହମାସ ବିରୋଧରେ ଯୁଦ୍ଧ ଘୋଷଣା କରିଥିଲା। ଏହି ସମୟରେ ଏନସିପି ଅଧ୍ୟକ୍ଷ ଶରଦ ପାୱାର ଏହି ପ୍ରସଙ୍ଗରେ ଭାରତ ସରକାରଙ୍କ ସମର୍ଥନ ବିଷୟରେ କହିଛନ୍ତି ଯେ, ମୁଁ ଭାବୁନାହିଁ ଭାରତ ସରକାର ଇସ୍ରାଏଲକୁ ୧୦୦ ପ୍ରତିଶତ ସମର୍ଥନ କରୁଛନ୍ତି।

ଶରଦ ପାୱାର ଆହୁରି କହିଛନ୍ତି, ଯଦି ଆମେ ଭାରତ ସରକାରଙ୍କ ସରକାରୀ ବିବୃତ୍ତିକୁ ଦେଖିବା, ତେବେ ଭାରତ ସରକାର ଇସ୍ରାଏଲ ସହିତ ୧୦୦ ପ୍ରତିଶତ ନାହାନ୍ତି। ତାଙ୍କ ବିବୃତ୍ତିରୁ ଏହା ଜଣାପଡୁଛି କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତିରୁ ଏହା ସ୍ପଷ୍ଟ ଜଣାପଡୁଛି ଯେ ସେ ଇସ୍ରାଏଲ ସହିତ ଅଛନ୍ତି। ପାୱାର କହିଛନ୍ତି,ଏହା ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ। ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନେବାବେଳେ ସରକାର ଆଫଗାନିସ୍ତାନ, ଇରାନ, ୟୁଏଇ ଏବଂ ଗଲ୍ଫ ଦେଶକୁ ଅଣଦେଖା କରିବା ଉଚିତ୍‌ ନୁହେଁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri