Posted inଜାତୀୟ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ଅଜିତଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାରଙ୍କ ନାମ ପ୍ରସ୍ତାବ ଦେବାକୁ ଦଳ ବିଚାର କରୁଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସୁନେତ୍ରା ଏବେ ରାଜ୍ୟ ସଭା ସଦସ୍ୟ ଅଛନ୍ତି। ସୁନେତ୍ରାଙ୍କୁ ରାଜ୍ୟ ମନ୍ତ୍ରିମଣ୍ଡଳକୁ ଆଣିବା ଲାଗି ଜନସାଧାରଣ ଚାହୁଁଥିବା ବରିଷ୍ଠ ନେତା ତଥା ମହାରାଷ୍ଟ୍ର ଏଫ୍‌ଡିଏ ମନ୍ତ୍ରୀ ନରହରି ଜିର୍‌ଓ୍ବାଲ କହିଛନ୍ତି। ଆଭ୍ୟନ୍ତରୀଣ ପରାମର୍ଶ ନିମନ୍ତେ ବରିଷ୍ଠ ଏନ୍‌ସିପି ନେତା ପ୍ରଫୁଲ୍ଲ ପଟେଲ, ଛଗନ ଭୁଜବଳ, ଧନଞ୍ଜୟ ମୁଣ୍ଡେ ଏବଂ ସୁନିଲ ଟଟ୍‌କାରେ ସୁନେତ୍ରାଙ୍କୁ ଭେଟିଥିଲେ। ସମ୍ଭବତଃ ସୁନେତ୍ରା ଅଜିତଙ୍କ ଆସନରୁ ନିର୍ବାଚନ ଲଢ଼ିପାରନ୍ତି ବୋଲି କେତେକ ସୂତ୍ରରୁ କୁହାଯାଇଛି।

ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରାଇବା ପ୍ରସ୍ତାବ ରହିଛି। ଏନେଇ ଏନ୍‌ସିପି ନେତାମାନେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ ଭେଟି ଆଲୋଚନା କରିବା ଆଶା କରାଯାଉଛି। କାର୍ଯ୍ୟକାରୀ ସଭାପତି ପ୍ରଫୁଲ୍ଲ ପଟେଲ ବର୍ତ୍ତମାନ ପାଇଁ ଦଳର ମଙ୍ଗ ଧରିପାରନ୍ତି। ଏନ୍‌ସିପି ସହ ଏନ୍‌ସିପି(ଏସ୍‌ପି)ର ସମ୍ଭାବ୍ୟ ମିଶ୍ରଣ ନେଇ ଆଲୋଚନା ହୋଇପାରେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଗତ ବୁଧବାର ବୁଣେ ଜିଲାର ବାରାମତୀଠାରେ ଏକ ବିମାନ ଦୁର୍ଘଟଣାରେ ଅଜିତ ପାଓ୍ବାର ଓ ଅନ୍ୟ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ୨୦୨୩ ଜୁଲାଇରେ ଅଜିତ ତତ୍କାଳୀନ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାରରେ ସାମିଲ ହେବାରୁ ତାଙ୍କ ଦାଦା ଶରଦ ପାଓ୍ବାରଙ୍କ ଦ୍ୱାରା ପ୍ରତିଷ୍ଠିତ ଏନ୍‌ସିପି ୨ ଭାଗ ହୋଇଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri