Posted inଜାତୀୟ

ଉତ୍ତର ପ୍ରଦେଶ ନିର୍ବାଚନ ୨୦୨୨: ଏସ୍‌ପି ସହ ମେଣ୍ଟ କରିବ ଏନ୍‌ସିପି!

ଲକ୍ଷ୍ନୌ,୨୭ ।୭: ଉତ୍ତର ପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି । ଏଠାରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସନ କ୍ଷମତାରେ ଥିବା ବେଳେ ଆସନ୍ତା ନିର୍ବାଚନରେ ଅନ୍ୟ ଦଳମାନେ ନିଜର ସ୍ଥିତିକୁ ସୁଦୃଢ କରିବାକୁ ଏବେଠାରୁ ପ୍ରୟାସ ଆରମ୍ଭ କରି ସାରିଲେଣି । ମିଳିଥିବା ସୂଚନାରୁ ଜଣାପଡିଛି କି ଉତ୍ତର ପ୍ରଦେଶର ୨୦୨୨ ନିର୍ବାଚନରେ ନ୍ୟାଶନାଲ କଂଗ୍ରେସ ପାର୍ଟି(ଏନ୍‌ସିପି) ସମାଜବାଦୀ ପାର୍ଟି(ଏସ୍‌ପି ) ସହ ମେଣ୍ଟ କରିପାରେ । ମଙ୍ଗବାର ଲକ୍ଷ୍ନୌରେ ଏକ ଖବରଦାତା ସମ୍ମିଳନୀରେ ଏନ୍‌ସିପି ମହାସଚିବ କେକେ ଶର୍ମା ଓ ପ୍ରଦଶ ଅଧ୍ୟକ୍ଷ ଉମାଶଙ୍କର ଯାଦବ ଏହି ସୂଚନା ଦେଇଛନ୍ତି । କେକେ ଶର୍ମା କହିଛନ୍ତି ଉତ୍ତର ପ୍ରଦେଶରେ ସ୍ଥିତି ବହୁତ ଖରାପ ଅଛି । ଏହାକୁ ସୁଧାରିବାକୁ ପଡିବ । ତେଣୁ ଆମେ ସମାଜବାଦୀ ପାର୍ଟି ସହ ମିଶି ୨୦୨୨ ବିଧାନସଭା ନିର୍ବାଚନ ଲଢିବୁ । ଏହାକୁ ନେଇ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ସହ କଥା ହୋଇ ସାରିଛି ଏବେ କେବଳ ଆସନ ଭାଗବଣ୍ଟାକୁ ଅପେକ୍ଷା । ଦଳ ମୁଖ୍ୟ ଶରଦ ପାୱାର କହିଛନ୍ତି , ଉତ୍ତର ପ୍ରଦେଶରେ ଯୁବକ ଓ କୃଷକ ଏବେ ସେମାନଙ୍କ ସ୍ୱର ଉଠାଇବାର ସମୟ ଆସିଯାଇଛି କାରଣ ଭାଜପା ସରକାର ଲୋକତନ୍ତ୍ର ପାଇଁ ବିପଦ ସୃଷ୍ଟି କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri