Posted inଜାତୀୟ

କଳାହାଣ୍ଡି ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ଏନ୍‌ସିପିସିଆର୍‌

ନୂଆଦିଲ୍ଲୀ, ୧୩।୧୧: କଳାହାଣ୍ଡିର ସନ୍‌ସାଇନ ପବ୍ଲିକ୍‌ ସ୍କୁଲ୍‌ର ନାବାଳିକା ଛାତ୍ରୀମାନଙ୍କୁ ଯୌନ ଶୋଷଣ କରାଯିବା ଅଭିଯୋଗର ତୁରନ୍ତ ତଦନ୍ତ କରି ୩ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବା ଲାଗି ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) କଳାହାଣ୍ଡି ଏସ୍‌ପିଙ୍କୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏତଲା କପି ସାଙ୍ଗକୁ ସିଆର୍‌ପିସିର ଧାରା ୧୬୪ରେ ରେକର୍ଡ କରାଯାଇଥିବା ବୟାନ ଏବଂ ଅଭିଯୁକ୍ତମାନଙ୍କ ବିରୋଧରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ, ସ୍କୁଲ୍‌ରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ସଂଖ୍ୟା ଓ ସେମାନଙ୍କ ବୟସ ସମ୍ପର୍କରେ ଜଣାଇବା ଲାଗି ଏସ୍‌ପିଙ୍କୁ କୁହାଯାଇଛି। ପୋକ୍ସୋ ଆଇନ ବଳରେ ମାମଲା ରୁଜୁ ହୋଇଛି କି ନାହିଁ ତାହା ଜାଣିବାକୁ କମିଶନ ଚାହିଁଛନ୍ତି।
ଅଭିଯୋଗ ଅନୁଯାୟୀ ସନ୍‌ସାଇନ ପବ୍ଲିକ୍‌ ସ୍କୁଲ୍‌ର ପରିଚାଳନା କମିଟି ଅଧ୍ୟକ୍ଷ ଥିବା ଗୋବିନ୍ଦ ସାହୁ ନାବାଳିକା ଛାତ୍ରୀମାନଙ୍କୁ ଯୌନ ଶୋଷଣ କରୁଥିଲେ। ସ୍କୁଲ୍‌ର ଏକ ସ୍ବତନ୍ତ୍ର ପ୍ରକୋଷ୍ଠରେ ସାହୁଙ୍କ ଦ୍ୱାରା ଏଭଳି ଯୌନ କାର୍ଯ୍ୟ ଚାଲିଥିଲା। ପରୀକ୍ଷାରେ ଭଲ ନମ୍ବର ଦେବାର ପ୍ରଲୋଭନ ଦେଖାଇ ସେ ଛାତ୍ରୀମାନଙ୍କୁ ଯୌନ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ। ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉକ୍ତ ସ୍କୁଲ୍‌କୁ ବାରମ୍ବାର ଗସ୍ତ କରୁଥିଲେ। ଛାତ୍ରୀଙ୍କ ସମେତ ଛାତ୍ରମାନେ ମଧ୍ୟ ଯୌନ ଶୋଷଣର ଶିକାର ହେଉଥିଲେ ବୋଲି କମିଶନ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ସ୍କୁଲ୍‌ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଅଭିଯୋଗରେ ଗୋବିନ୍ଦ ସାହୁଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କ ସହ ସମ୍ପର୍କ ରଖିଥିବା ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବିରୋଧୀ ଦଳଗୁଡ଼ିକ ଆନ୍ଦୋଳନ ଚଳାଇଛନ୍ତି। ଓଡ଼ିଶା ଯୁବ କଂଗ୍ରେସ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଏକ ସ୍ମାରକପତ୍ର ଦିଆଯାଇ ମମିତା ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ପାଇଁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri