Posted inଜାତୀୟ

ଜଙ୍ଗଲ ସୁରକ୍ଷା ନାଁରେ ପିଲାଙ୍କୁ ବ୍ୟବହାର ଅଭିଯୋଗ: ଆଦିତ୍ୟଙ୍କ ନାଁରେ ମାମଲା ରୁଜୁ ନୋଟିସ

ମୁମ୍ବାଇ,୧୧।୭: ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଏନ୍‌ସିପିସିଆର) ସୋମବାର ମୁମ୍ବାଇ ପୋଲିସକୁ ଶିବସେନା ନେତା ଆଦିତ୍ୟ ଠାକରେଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବାକୁ ଅନୁରୋଧ କରିଛି। ଆଦିତ୍ୟ ଠାକରେ ଆରେ ଜଙ୍ଗଲକୁ ବଞ୍ଚାଇବା ପାଇଁ ତାଙ୍କ ଦଳର ଅଭିଯାନରେ ପିଲାମାନଙ୍କୁ ବ୍ୟବହାର କରିଥିବା ଆୟୋଗ ଅଭିଯୋଗ ଆଣିଛି। ଆପେକ୍ସ ଶିଶୁ ଅଧିକାର ସଂସ୍ଥା ଏନ୍‌ସିପିସିଆର ମୁମ୍ବାଇ ପୋଲିସକୁ ଦେଇଥିବା ନୋଟିସ୍‌ରେ ଉଲ୍ଲେଖ କରିଛି ଯେ, ମୁମ୍ବାଇ ଜିଲା ଫୁଟବଲ ଆସୋସିଏସନ ଅଧ୍ୟକ୍ଷ ଆଦିତ୍ୟ ଠାକରେଙ୍କ ଆରେ ସୁରକ୍ଷା ପ୍ରଦର୍ଶନ ତଥା ରାଜନୈତିକ ଅଭିଯାନରେ ଶିବସେନାର ଯୁବ ୱିଙ୍ଗ ‘ଯୁବ ସେନା’ ନାବାଳକଙ୍କୁ ବ୍ୟବହାର କରିଛନ୍ତି। ତେଣୁ ମୁମ୍ବାଇ ପୋଲିସ ଆଦିତ୍ୟଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବା ସହ ତୁରନ୍ତ ଘଟଣାର ତଦନ୍ତ କରିବାକୁ ଆୟୋଗ ପକ୍ଷରୁ ଅପିଲ୍‌ କରାଯାଇଛି। ସୂଚନାଯୋଗ୍ୟ, ଆଦିତ୍ୟ ଠାକରେ ଏକ ଲିଙ୍କକୁ ଟୁଇଟରରେ ଶେୟାର କରିଛନ୍ତି। ଯେଉଁଥିରେ ବିରୋଧ ପ୍ରଦର୍ଶନର ଏକ ଅଂଶ ଭାବେ ପିଲାମାନେ ହାତରେ ପ୍ଲାକାର୍ଡ ଧରିଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri