Posted inଜାତୀୟ

ଏନ୍‌ସିପିର ସବୁଠୁ ଖରାପ ପ୍ରଦର୍ଶନ

ମୁମ୍ବାଇ ,୨୩ା୧୧: ଭାରତୀୟ ରାଜନୀତିରେ ଅନ୍ୟତମ ଟାଣୁଆ ନେତା ଶରଦ ପାଓ୍ବାରଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ୨୦୨୬ରେ ଶେଷ ହେବାକୁ ଯାଉଥିବା ବେଳେ ସେ ରାଜନୀତିରେ ସମ୍ପୂର୍ଣ୍ଣ ସକ୍ରିୟ ଥିବା ନିକଟରେ ସୂଚନା ଦେଇଥିଲେ। ତେବେ ଲୋକ ସଭା ନିର୍ବାଚନର ୬ ମାସ ପରେ ତାଙ୍କ ଅଙ୍କ ସମ୍ପୂର୍ଣ୍ଣ ଭୁଲ ପ୍ରମାଣିତ ହୋଇଛି। ତାଙ୍କ ନେତୃତ୍ୱାଧୀନ ଏନ୍‌ସିପିକୁ ସବୁଠୁ ବଡ଼ ଝଟ୍‌କା ମିଳିଛି।

୮୭ ଆସନରେ ଏନ୍‌ସିପି (ଏସ୍‌ପି) ପ୍ରାର୍ଥୀ ଦେଇଥିବା ବେଳେ ମାତ୍ର ୧୩ଟିରେ ଆଗୁଆ ରହିଥିବା ଜଣାପଡ଼ିଛି। ଅର୍ଥାତ୍‌ ତାଙ୍କ ଦଳର ଭୋଟ ହାର ୧୪.୯୪ ପ୍ରତିଶତ ରହିଛି, ଯାହା ବର୍ଷିୟାନ ନେତାଙ୍କ ଦଳର ସବୁଠୁ ଖରାପ ପ୍ରଦର୍ଶନ। ୬ ମାସ ପୂର୍ବରୁ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ପାଓ୍ବାରଙ୍କ ଦଳର ଭୋଟ ହାର ୮୦ ପ୍ରତିଶତ ରହିଥିଲା। ଏଥର ନିର୍ବାଚନରେ ତାଙ୍କ ଦଳ ଅଜିତ ପାଓ୍ବାରଙ୍କ ଗୋଷ୍ଠୀଠାରୁ ୨୬ ଆସନ ପଛରେ ରହିଛି। ଉଭୟ ଦଳ ମଧ୍ୟରେ ଅସ୍ତିତ୍ୱ ପାଇଁ ଲଢ଼େଇ ଚାଲିଥିଲା। ଏନ୍‌ସିପିରୁ ଅଜିତ ପାଓ୍ବାର ଅଲଗା ହୋଇଯିବା ପରେ ଏହା ଥିଲା ଉଭୟ ଗୋଷ୍ଠୀ ମଧ୍ୟରେ ପ୍ରଥମ ବିଧାନସଭା ନିର୍ବାଚନ। ଲୋକ ସଭା ନିର୍ବାଚନରେ ଶରଦଙ୍କ ଦଳ ନିର୍ଣ୍ଣାୟକ ବିଜୟ ହାସଲ କରିଥିବାରୁ ତାଙ୍କ ଗୋଷ୍ଠୀ ନିଜକୁ ପ୍ରକୃତ ଏନ୍‌ସିପି ବୋଲି ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri