ଲଜ୍ଜାରେ ନଇଁଲା ଓଡ଼ିଶା ମୁଣ୍ଡ: ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଦେଶରେ ପ୍ରଥମ, ବର୍ଷକରେ ୧୯୭୮ କେସ୍‌ ରିପୋର୍ଟ

ନୂଆଦିଲ୍ଲୀ,୩୦।୯: ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି)ର ସଦ୍ୟତମ ରିପୋର୍ଟ ‘କ୍ରାଇମ୍‌ ଇନ୍‌ ଇଣ୍ଡିଆ ୨୦୨୩’ରେ ଏକ ଚିନ୍ତାଜନକ ଚିତ୍ର ପ୍ରକାଶ ପାଇଛି। ୨୦୨୩ରେ ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଓଡ଼ିଶା ଦେଶରେ ସର୍ବାଧିକ ୧,୯୭୮ଟି କେସ୍‌ ରେଜିଷ୍ଟର୍‌ କରିଛି, ଯାହା ଆଇପିସିର ଧାରା ୩୫୪(ବି) ଅଧୀନରେ ଅତ୍ୟନ୍ତ ଚିନ୍ତାଜନକ। ଏହି କ୍ଷେତ୍ରରେ ଉତ୍ତର ପ୍ରଦେଶ (୧,୭୫୦ କେସ୍‌)କୁ ଓଡିଶା ପଛରେ ପକାଇଛି। ଏହି ରିପୋର୍ଟ୍‌ ରାଷ୍ଟ୍ରୀୟ ସ୍ତରରେ ମହିଳାଙ୍କ ବିରୋଧରେ ଅପରାଧରେ ୪% ବୃଦ୍ଧି ଦର୍ଶାଇଛି, ଯାହା ସମାଜରେ ନାରୀ ସୁରକ୍ଷାର ଗମ୍ଭୀର ଅଭାବକୁ ସୂଚାଇଛି।

ଏନସିଆରବିର ଡାଟା ଅନୁଯାୟୀ, ଓଡ଼ିଶା ୨୦୨୩ରେ ମହିଳାଙ୍କୁ ବଳାତ୍କାର କରିବା ଉଦ୍ଦେଶ୍ୟ ରଖି କରାଯାଇଥିବା ଆକ୍ରମଣରେ (ଆଇପିସି ଧାରା ୩୫୪) ମଧ୍ୟ ୫,୯୩୭ଟି କେସ୍‌ ସହ ଦ୍ୱିତୀୟ ସ୍ଥାନରେ ରହିଛି। ଏଥିରେ ରାଜସ୍ଥାନ (୬,୭୫୮ କେସ୍‌)ର ଦ୍ୱିତୀୟରେ ରହିଛି। ପ୍ରତି ଲକ୍ଷ ଜନସଂଖ୍ୟାରେ ଅପରାଧ ହାରରେ (୨୫.୮%) ଓଡ଼ିଶା ପ୍ରଥମ, ରାଜସ୍ଥାନ (୧୭.୧%) ଦ୍ୱିତୀୟ। ରାଜ୍ୟରେ ମହିଳାଙ୍କ ବିରୋଧରେ ସମ୍ପୂର୍ଣ୍ଣ ଅପରାଧ ୨୫,୯୧୪ଟି ହୋଇଛି, ଯାହା ୨୦୨୨ର ୨୩,୬୪୮ରୁ ବୃଦ୍ଧି ପାଇଛି। ଏହା ରାଷ୍ଟ୍ରୀୟ ସ୍ତରରେ ୪.୪୮ ଲକ୍ଷ ଅପରାଧରୁ ଏକ ଅଂଶ, ଯେଉଁଥିରେ ପତି କିମ୍ବା ସମ୍ପର୍କୀୟଙ୍କ ଦ୍ୱାରା ନିର୍ଯ୍ୟାତନ (୧,୩୩,୬୭୬ କେସ୍‌), ଅପହରଣ (୮୮,୬୦୫) ଓ ବଳାତ୍କାର (୨୯,୬୭୦) ସର୍ବାଧିକ।

ରାଜ୍ୟରେ ସମ୍ପୂର୍ଣ୍ଣ ଆଇପିସି ଅଧୀନରେ ରେଜିଷ୍ଟର୍‌ ହୋଇଥିବା ଅପରାଧ ୧,୭୦,୦୨୨ଟି, ଯାହା ୨୦୨୨ର ୧,୪୩,୪୧୪ରୁ ୧୮.୭% ବୃଦ୍ଧି। ମହିଳାଙ୍କ ବିରୋଧରେ ୨୫,୯୧୪ ଓ ଶିଶୁମାନଙ୍କ ବିରୋଧରେ ୮,୫୭୭ଟି ଅପରାଧ ରିପୋର୍ଟ୍‌ ହୋଇଛି, ଯାହା ଆଗର ବର୍ଷରୁ ୯.୬% ଓ ୪.୧% ବୃଦ୍ଧି। ରାଜ୍ୟ ଆୟାବହିର୍ଭୁତ ସମ୍ପତ୍ତି (ଡିଏ) ମାମଲାରେ ୮୫ଟି କେସ୍‌ ସହ ପ୍ରଥମ, କର୍ଣ୍ଣାଟକ (୮୪) ଦ୍ୱିତୀୟ।

ତେବେ ହତ୍ୟା ଓ ବଳାତ୍କାର ହ୍ରାସ ଦେଖିବାକୁ ମିଳିଛି। ୨୦୨୨ର ୧,୩୭୯ ହତ୍ୟା ଓ ୧,୪୬୪ ବଳାତ୍କାର କେସ୍‌ରୁ ୨୦୨୩ରେ ୧,୩୬୨ ଓ ୧,୧୯୫ଟି ହତ୍ୟାକାଣ୍ଡ ଘଟିଛି, ଯାହା ୧. ୮% ଓ ୧୮.୪% ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?