ଭଦ୍ରକ ଜିଲାପାଳ,ଏସ୍‌ପିଙ୍କୁ ଏନ୍‌ସିଏସ୍‌ଟିଙ୍କ ସମନ

ଭଦ୍ରକ ଅଫିସ, ୨୦।୧୦: ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତ ତ୍ରିକୋଣା ଛକ ନିକଟରେ ଗତ ମାର୍ଚ୍ଚ ୨୮ ତାରିଖରେ ଅଫୁଟା ବୋମା ବିସ୍ଫୋରଣରେ ୩ ଆଦିବାସୀ ନାବାଳିକା ଗୁରୁତର ହୋଇଥିଲେ। ଏହି ଘଟଣାରେ ଜାତୀୟ ଜନଜାତି ଆୟୋଗ (ଏନ୍‌ସିଏସ୍‌ଟି) ଭଦ୍ରକ ଜିଲାପାଳ ଓ ଏସ୍‌ପିଙ୍କୁ ସମନ ଜାରି କରିଛି। ଆସନ୍ତା ୨୦ ତାରିଖ ଅର୍ଥାତ୍‌ ଗୁରୁବାର ଅପରାହ୍ନ ୪.୩୦ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ସମନରେ ଉଲ୍ଲେଖ ରହିଛି। ଏହି ବୋମା ବିସ୍ଫୋରଣ ଘଟଣାକୁ ନେଇ ମାନବାଧିକାର କର୍ମୀ ତଥା ସୁପ୍ରିମ କୋର୍ଟ ଆଇନଜୀବୀ ରାଧାକାନ୍ତ ତ୍ରିପାଠୀ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଏକ ପିଟିଶନ ଦାଏର କରିଥିଲେ। ବୋମା ବିସ୍ଫୋରଣରେ ଆହତ ୩ ଗରିବ ଆଦିବାସୀ ନାବାଳିକାଙ୍କୁ ଅନୁକମ୍ପା ରାଶି ପ୍ରଦାନ, ମାଗଣା ଚିକିତ୍ସା ଏବଂ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନରେ ଅବହେଳା ନେଇ ପିଟିଶନରେ ଉଲ୍ଲେଖ କରିଥିଲେ।

ଗତ ମାର୍ଚ୍ଚ ୨୮ ତାରିଖରେ ବନ୍ତ ବ୍ଲକ ଅଧୀନ ଦେବତାଗଡ଼ିଆ ଗ୍ରାମର ପୂଜା ହଁାସଦା, ବାସନ୍ତୀ ହଁାସଦା ଓ ସବିତା ମୁର୍ମୁ ତ୍ରିକୋଣା ଛକ ନିକଟସ୍ଥ ଏକ ପୋଖରୀ ହୁଡ଼ାରେ ଥିବା ବୁଦା ଭିତରେ ପ୍ଲାଷ୍ଟିକ ବ୍ୟାଗ ଦେଖିବାକୁ ପାଇଥିଲେ। ଉକ୍ତ ବ୍ୟାଗରେ କ’ଣ ଅଛି ଖୋଲି ଦେଖିବା ବେଳେ ସେଥିରେ ଥିବା ୩ ଟି ଅଫୁଟା ବୋମା ମଧ୍ୟରୁ ଗୋଟିଏ ବିସ୍ଫୋରଣ ହୋଇଯାଇଥିଲା। ଏହି ବିସ୍ଫୋରଣରେ ୩ ଜଣ ଗୁରୁତର ଭାବେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri