ଭଦ୍ରକ ଜିଲାପାଳ,ଏସ୍‌ପିଙ୍କୁ ଏନ୍‌ସିଏସ୍‌ଟିଙ୍କ ସମନ

ଭଦ୍ରକ ଅଫିସ, ୨୦।୧୦: ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତ ତ୍ରିକୋଣା ଛକ ନିକଟରେ ଗତ ମାର୍ଚ୍ଚ ୨୮ ତାରିଖରେ ଅଫୁଟା ବୋମା ବିସ୍ଫୋରଣରେ ୩ ଆଦିବାସୀ ନାବାଳିକା ଗୁରୁତର ହୋଇଥିଲେ। ଏହି ଘଟଣାରେ ଜାତୀୟ ଜନଜାତି ଆୟୋଗ (ଏନ୍‌ସିଏସ୍‌ଟି) ଭଦ୍ରକ ଜିଲାପାଳ ଓ ଏସ୍‌ପିଙ୍କୁ ସମନ ଜାରି କରିଛି। ଆସନ୍ତା ୨୦ ତାରିଖ ଅର୍ଥାତ୍‌ ଗୁରୁବାର ଅପରାହ୍ନ ୪.୩୦ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ସମନରେ ଉଲ୍ଲେଖ ରହିଛି। ଏହି ବୋମା ବିସ୍ଫୋରଣ ଘଟଣାକୁ ନେଇ ମାନବାଧିକାର କର୍ମୀ ତଥା ସୁପ୍ରିମ କୋର୍ଟ ଆଇନଜୀବୀ ରାଧାକାନ୍ତ ତ୍ରିପାଠୀ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଏକ ପିଟିଶନ ଦାଏର କରିଥିଲେ। ବୋମା ବିସ୍ଫୋରଣରେ ଆହତ ୩ ଗରିବ ଆଦିବାସୀ ନାବାଳିକାଙ୍କୁ ଅନୁକମ୍ପା ରାଶି ପ୍ରଦାନ, ମାଗଣା ଚିକିତ୍ସା ଏବଂ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନରେ ଅବହେଳା ନେଇ ପିଟିଶନରେ ଉଲ୍ଲେଖ କରିଥିଲେ।

ଗତ ମାର୍ଚ୍ଚ ୨୮ ତାରିଖରେ ବନ୍ତ ବ୍ଲକ ଅଧୀନ ଦେବତାଗଡ଼ିଆ ଗ୍ରାମର ପୂଜା ହଁାସଦା, ବାସନ୍ତୀ ହଁାସଦା ଓ ସବିତା ମୁର୍ମୁ ତ୍ରିକୋଣା ଛକ ନିକଟସ୍ଥ ଏକ ପୋଖରୀ ହୁଡ଼ାରେ ଥିବା ବୁଦା ଭିତରେ ପ୍ଲାଷ୍ଟିକ ବ୍ୟାଗ ଦେଖିବାକୁ ପାଇଥିଲେ। ଉକ୍ତ ବ୍ୟାଗରେ କ’ଣ ଅଛି ଖୋଲି ଦେଖିବା ବେଳେ ସେଥିରେ ଥିବା ୩ ଟି ଅଫୁଟା ବୋମା ମଧ୍ୟରୁ ଗୋଟିଏ ବିସ୍ଫୋରଣ ହୋଇଯାଇଥିଲା। ଏହି ବିସ୍ଫୋରଣରେ ୩ ଜଣ ଗୁରୁତର ଭାବେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri