Posted inଜାତୀୟ

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ କହିଛନ୍ତି, ଦେଶରେ ତିନି ତଲାକ୍‌ ପ୍ରଥା ଉଚ୍ଛେଦ କରି ମୁସଲିମ୍ ମହିଳାଙ୍କୁ ସମାନ ଅଧିକାର ଦିଆଯାଇଛି। ଏହାସହ କିଛି ରାଜ୍ୟରେ UCC ଲାଗୁ ହୋଇସାରିଛି ବୋଲି ସେ କହିଛନ୍ତି।

ଶାହା କହିଛନ୍ତି, ଗତ ୧୨ ବର୍ଷରେ କେନ୍ଦ୍ର ସରକାର ଅନେକ ବଡ଼ ପଦକ୍ଷେପ ନେଇଛନ୍ତି। ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପାର ୨୫ ବର୍ଷର ଯାତ୍ରାରେ ମଧ୍ୟ ଅନେକ ଉପଲବ୍ଧି ହାସଲ ହୋଇଛି ବୋଲି ସେ କହିଛନ୍ତି। ଭାରତୀୟ ନ୍ୟାୟ ସଂହିତା ମାଧ୍ୟମରେ ଦେଶର ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ମଜବୁତ କରାଯାଇଥିବା ଶାହା କହିଛନ୍ତି । କିଛି ରାଜ୍ୟରେ ଗୋଟିଏ ବର୍ଷ ମଧ୍ୟରେ ଦୋଷୀ ସାବ୍ୟସ୍ତ ହାରରେ ୩୦ ପ୍ରତିଶତ ବୃଦ୍ଧି ହୋଇଥିବା ସେ ଦାବି କରିଛନ୍ତି । ଏହାସହ ୩ ବର୍ଷ ମଧ୍ୟରେ ନ୍ୟାୟ ମିଳିବା ନିଶ୍ଚିତ କରିବାକୁ ଏକ ବ୍ୟବସ୍ଥା ପ୍ରସ୍ତୁତ ହେଉଥିବା କହିଛନ୍ତି।

ଜାତୀୟ ସୁରକ୍ଷା ପ୍ରସଙ୍ଗରେ ଶାହା କହିଛନ୍ତି, ଗୋଟିଏ ବି ବୁନ୍ଦା ରକ୍ତ ନବୁହାଇ କିମ୍ବା ଗୁଳି ନଚଳାଇ ଧାରା ୩୭୦ ଓ ୩୫ଏ ହଟାଯାଇଛି। ଏବେ କଶ୍ମୀର ସମ୍ପୂର୍ଣ୍ଣ ଭାବେ ଭାରତ ସହ ଯୋଡ଼ି ହୋଇଛି ।ସେହିପରି ଦୀର୍ଘ ୫ ଦଶନ୍ଧି ଧରି ଚାଲିଥିବା ନକ୍ସଲବାଦକୁ ଶେଷ କରାଯାଇଥିବା ଏବଂ ଉତ୍ତର-ପୂର୍ବ ଭାରତରେ ୧୪ରୁ ଅଧିକ ଶାନ୍ତି ଚୁକ୍ତି ସ୍ୱାକ୍ଷର ହୋଇଥିବା ସେ କହିଛନ୍ତି। ୯ ହଜାରରୁ ଅଧିକ ଲୋକ ଆତ୍ମସମର୍ପଣ କରିଥିବା ଶାହା ଦାବି କରିଛନ୍ତି।

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ କହିବା ଅନୁସାରେ, ସର୍ଜିକାଲ୍ ଷ୍ଟ୍ରାଇକ୍‌, ଏୟାର୍ ଷ୍ଟ୍ରାଇକ୍‌ ଏବଂ ଅପରେସନ୍ ସିନ୍ଦୂର ମାଧ୍ୟମରେ ଆତଙ୍କବାଦ ବିରୋଧରେ ସରକାରଙ୍କ ‘ଜିରୋ ଟଲରେନ୍ସ’ ନୀତି ସ୍ପଷ୍ଟ ହୋଇଛି।ମଣିପୁରରେ NRC ଲାଗୁ କରିବା ପାଇଁ ୧୯୫୧ ମସିହାର ବେସ୍‌ଲାଇନ୍‌ ବ୍ୟବହାର ହେବ କି ନାହିଁ, ପ୍ରଶ୍ନର ଉତ୍ତରରେ ଶାହା କହିଛନ୍ତି ଯେ ଏହି ପ୍ରସଙ୍ଗରେ ସହଯୋଗୀ ଦଳ ଓ ମଣିପୁରର ରାଜନୈତିକ ଦଳଗୁଡ଼ିକ ସହ ଆଲୋଚନା ଚାଲିଛି। ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?