Posted inଜାତୀୟ

ସରକାର ଭାଙ୍ଗିବା ପାଇଁ ଲାଲୁଙ୍କ ସହ ହୋଇଥିଲା କଥାବାର୍ତ୍ତା: ଲଲନ ପାଶଓ୍ବାନ

ପାଟନା,୨୫।୧୧: ବିହାର ବିଧାନସଭା ବାଚସ୍ପତି ଭାବେ ଏନ୍‌ଡିଏର ବିଜୟ ସିହ୍ନା ନିର୍ବାଚିତ ହୋଇଛନ୍ତି। ବୁଧବାର ବାଚସ୍ପତି ନିର୍ବାଚନ ପୂର୍ବରୁ ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବଙ୍କ ଏକ ଅଡିଓ ଭାଇରାଲ ହେବାରେ ଲାଗିଛି। ଏହି ଅଡିଓରେ ଲାଲୁ ଏନଡିଏର ‘ପାଶୱାନ’ ନାମକ ଜଣେ ବିଧାୟକଙ୍କୁ ଫୋନ କରି ବିରୋଧୀ ପ୍ରାର୍ଥୀଙ୍କୁ ସମର୍ଥନ ଦେବା କଥା କହିଛନ୍ତି। ସୂଚନା ଅନୁଯାୟୀ ‘ପାଶୱାନ’ ନାମକ ବିଧାୟକ ଲାଲୁଙ୍କ ସହ କଥା ହୋଇଛନ୍ତି, ସେ ହେଉଛନ୍ତି ଜେଡିୟୁ ବିଧାୟକ ଲଲନ ପାଶୱାନ। ବାଚସ୍ପତି ନିର୍ବାଚନ ପରେ ଲଲନ ଏକଥା ସ୍ବୀକାର କରିଛନ୍ତି। ସେ କହିଛନ୍ତି ଲାଲୁ ମୋତେ ଫୋନ୍‌ କରିଥିଲେ। ମୋ ବ୍ୟକ୍ତିଗତ ସଚିନ ଫୋନ୍‌ ଉଠାଇଥିଲେ। ନିର୍ବାଚନ ଜିତିବା ପରେ ଶୁଭେଚ୍ଛା ଜଣାଇବା ପାଇଁ ସେ ଫୋନ୍‌ କରିଥାଇପାରିଥାନ୍ତି ଭାବି ତାଙ୍କ ସହ କଥା ହେଲି। କିନ୍ତୁ ସେ ଶୁଭେଚ୍ଛା ଜଣାଇବା ପରିବର୍ତ୍ତେ ଏନଡିଏ ସରକାରକୁ ଭାଙ୍ଗିବା କଥା ମୋତେ କହିଥିଲେ। ଏପରି କଲେ ତୁମକୁ ମନ୍ତ୍ରୀ ପଦ ଦିଆଯିବ ବୋଲି ମଧ୍ୟ କହିଥିଲେ। କିନ୍ତୁ ମୁଁ ଏହା କରିବାକୁ ମନା କରିଦେଇଥିଲି ବୋଲି ସେ କହିଛନ୍ତି। ଆରଜେଡି ଏହି ଅଡିଓ ନକଲି ବୋଲି କହିଛି। ଭାଜପାର ବରିଷ୍ଠ ନେତା ସୁଶୀଲ ମୋଦି ଲାଲୁ ଏନଡିଏ ସରକାରକୁ ହଟାଇବାକୁ ଷଡଯନ୍ତ୍ର କରିଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri