Posted inଜାତୀୟ

ହରିବଂଶଙ୍କୁ ଏନ୍‌ଡିଏର ସମର୍ଥନ

ନୂଆଦିଲ୍ଲୀ, ୧୦।୯(ପି.ଟି.): ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏନ୍‌ଡିଏ ଏବଂ ବିରୋଧି ମେଣ୍ଟ ମଧ୍ୟରେ ଏବେ ଅଙ୍କକଶା ଜୋର ଧରିଛି। ପୂର୍ବରୁ ରାଜ୍ୟ ସଭା ଉପାଧ୍ୟକ୍ଷ ଥିବା ହରିବଂଶ ନାରାୟଣ ସିଂଙ୍କୁ ଏଥର ପୁଣି ଏନ୍‌ଡିଏ ପ୍ରାର୍ଥୀ କରିଥିବାବେଳେ ବିରୋଧୀ ଗୋଷ୍ଠୀ ଡିଏମ୍‌କେର ରାଜ୍ୟ ସଭା ସଦସ୍ୟ ତିରୁଚି ଶିବାଙ୍କୁ ପ୍ରାର୍ଥୀ କରିଛି। ଆସନ୍ତା ୧୪ରୁ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ସେହିଦିନ ଅପରାହ୍ନରେ ଉପାଧ୍ୟକ୍ଷ ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବଥର ଭଳି ଏଥର ମଧ୍ୟ ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡିର ପ୍ରମୁଖ ଭୂମିକା ରହିବ। ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶଙ୍କ କାର୍ଯ୍ୟକାଳ ଗତ ଏପ୍ରିଲରୁ ଶେଷ ହେଲାଣି। ଜେଡିୟୁ ତାଙ୍କୁ ପ୍ରାର୍ଥୀ କରିବା ପରେ ଏନ୍‌ଡିଏ ଏହାକୁ ସମର୍ଥନ କରିଛି। ଅପରପକ୍ଷରେ ସମଭାବାପନ୍ନ ଦଳ ଭାବେ ଡିଏମ୍‌କେ ପ୍ରାର୍ଥୀଙ୍କୁ କଂଗ୍ରେସ ସମର୍ଥନ ଜଣାଇଛି। ଏପରିକି କଂଗ୍ରେସ ନେତା ଗୁଲାମନବୀ ଆଜାଦ୍‌ ଏଥିପାଇଁ ୧୦ଟି ସମଭାବାପନ୍ନ ଦଳଙ୍କ ସହ ଆଲୋଚନା କରିଛନ୍ତି। ଏନ୍‌ସିପି, ଶିବସେନା, ସମାଜବାଦୀ ପାର୍ଟି ଓ ତୃଣମୂଳ କଂଗ୍ରେସ ସମେତ ବିଭିନ୍ନ ଦଳ ସହ ଆଜାଦ୍‌ ଆଲୋଚନା କରିଥିବା ଜଣାପଡ଼ିଛି। ଚଳିତଥର ଏନ୍‌ଡିଏ ସହଜ ସ୍ଥିତିରେ ଥିଲେ ମଧ୍ୟ ବିଜୟ ବ୍ୟବଧାନକୁ ଅଧିକ କରିବା ପାଇଁ ବିଜେଡି, ଟିଆର୍‌ଏସ୍‌ ଏବଂ ୱାଇଏସ୍‌ଆର କଂଗ୍ରେସ ସହ ଆଲୋଚନା ଜାରି ରଖିଥିବା ଜଣାପଡ଼ିଛି। ଉପାଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ଶେଷ ତାରିଖ ସେପ୍ଟେମ୍ବର ୧୧। ହରିବଂଶ ଗତ ନିର୍ବାଚନରେ ୧୨୫ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିଲେ। ତାଙ୍କ ବିପକ୍ଷରେ କଂଗ୍ରେସ ପ୍ରାର୍ଥୀ ଭାବେ ବି.କେ. ହରିପ୍ରସାଦ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri