Posted inଖେଳ

ସ୍ବପ୍ନ ସାକାର କରିବା ଦିଗରେ ଆଉ ପାଦେ ଆଗେଇଲେ

ନୂଆଦିଲ୍ଲୀ,୧୭।୨: ଚଳିତ ସପ୍ତାହରେ ଆଇପିଏଲ୍‌ କଣ୍ଟ୍ରାକ୍ଟ ପାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ ୟଶ ଧୂଲ ନିଜ ସ୍ବପ୍ନକୁ ସାକାର କରିବା ଦିଗରେ ଆଉ ପାଦେ ଆଗେଇଛନ୍ତି। ୧୮ ମାସ ମଧ୍ୟରେ ଜାତୀୟ ଦଳ ପାଇଁ ଖେଳିବାକୁ ଲକ୍ଷ୍ୟ ରଖିଥିବା ଡାହାଣ ହାତୀ ବ୍ୟାଟର ରଣଜୀ ପଦାର୍ପଣ ମ୍ୟାଚ୍‌ରେ ହାସଲ କରିଛନ୍ତି ଶତକ। ଏଥିସହିତ ଦିଲ୍ଲୀ ବ୍ୟାଟର ରଣଜୀ ପଦାର୍ପଣରେ ଶତକ ହାସଲ କରିଥିବା ଖେଳାଳିଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଏଥିରେ ସଚିନ ତେନ୍ଦୁଲକର, ରୋହିତ ଶର୍ମା, ଅମୋଲ ମୁଜୁମଦାରଙ୍କ ଭଳି ଅନେକ ମହାନ ଖେଳାଳି ରହିଛନ୍ତି।

ଗୁଆହାଟିର ବାର୍ସାପାରା କ୍ରିକେଟ ଷ୍ଟାଡିୟମରେ ତାମିଲନାଡୁ ଓ ଦିଲ୍ଲୀ ମଧ୍ୟରେ ଗୁରୁବାର ଠାରୁ ଆରମ୍ଭ ହୋଇଛି ଏଲାଇଟ୍‌ ଗ୍ରୁପ୍‌ ଏଚ୍‌’ର ରଣଜୀ ମ୍ୟାଚ୍‌। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ପାଇଁ ଓପନିଂ କରିବାକୁ ଆସିଥିଲେ ଧୂଲ। ୧୩୩ ବଲରେ ସେ ଶତକ ପୂରଣ କରିଥିଲେ। ସେ ୯୭ ରନ୍‌ରେ ବ୍ୟାଟିଂ କରୁଥିବା ବେଳେ ଏମ୍‌ ମହମ୍ମଦଙ୍କ ବଲରେ ଆଉଟ୍‌ ହୋଇଥିଲେ। କିନ୍ତୁ ବଲକୁ ଅମ୍ପାୟର ନୋ ବଲ ଦର୍ଶାଇବାରୁ ଶତକ ପୂରଣ କରିବା ପାଇଁ ଆଉ ଏକ ସୁଯୋଗ ପାଇଥିଲେ ଯୁବ ବ୍ୟାଟର। ଶେଷରେ ସେ ୧୫୦ ବଲରେ ୧୧୩ ରନ୍‌ କରି ଆଉଟ୍‌ ହୋଇଥିଲେ। ତାଙ୍କ ପାଳିରେ ସାମିଲ ଥିଲା ୧୮ ଚୌକା। ତାଙ୍କ ଶତକୀୟ ଇନିଂସ ଯୋଗୁ ଦିଲ୍ଲୀ ଏବେ ସୁଦ୍ଧା ଉଇକେଟ ହରାଇ ୨୧୩ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?