ଆତଙ୍କବାଦୀ ଆକ୍ରମଣରେ ଭାରତୀୟ ଛାତ୍ରୀଙ୍କ ମୃତ୍ୟୁ

ଲଣ୍ଡନ,୧୫।୬: ମଧ୍ୟ ଇଂଲଣ୍ଡର ନେଟିଂଘମରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଭାରତୀୟ ଛାତ୍ରୀଙ୍କର ମୃତ୍ୟୁ ହୋଇଛି। ସେ ନଟିଘଂମ ବିଶ୍ୱବିଦ୍ୟାଳୟର ଛାତ୍ରୀ ଏବଂ ଜଣେ ଦକ୍ଷ ହକି ଖେଳାଳି ଥିଲେ। ସେ ଇଂଲଣ୍ଡ ଅଣ୍ଡର-୧୮ ହକି ଦଳ ପାଇଁ ଖେଳିଛନ୍ତି ଏଥିସହ ସେ ଜଣେ କ୍ରିକେଟର ମଧ୍ୟ ଥିଲେ। ଏହି ଆକ୍ରମଣରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତ ଭାରତୀୟ ଛାତ୍ରୀ ଜଣକ ହେଲେ ଗ୍ରେସି ଓମାଲେ କୁମାର(୧୯)। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ ସେ ଲଣ୍ଡନରେ ରହୁଥିବା ଭାରତୀୟ ମୂଳ ଅଧିବାସୀ ଡାକ୍ତର ସଞ୍ଜୟ କୁମାରଙ୍କ ଝିଅ।

ଆକ୍ରମଣ ସମୟରେ ସେ ନଟିଂଘମ ବିଶ୍ୱବିଦ୍ୟାଳୟର ସହପାଠୀ ତଥା କ୍ରିକେଟର ବନ୍ଧୁ ବର୍ଣ୍ଣାବି ୱେବରଙ୍କ ସହ ଥିଲେ। ସେହି ସମୟରେ ଆକ୍ରମଣକାରୀମାନେ ତାଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ଉଭୟଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ଆକ୍ରମଣକାରୀଙ୍କ ପରିଚୟ ଜଣାପଡିନାହିଁ।
ଏନେଇ ନଟିଘଂମର ପୋଲିସ କହିଛି ଯେ, ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ଉପରିସ୍ଥ ଅଧିକାରୀଙ୍କ ଏକ ଟିମ ଏହି ଘଟଣାର ଅନୁସନ୍ଧାନ କରୁଛନ୍ତି। ଏହି ମାମଲାର ପ୍ରମାଣ ସଂଗ୍ରହ କରାଯାଉଛି। ଇଂଲଣ୍ଡ ହକି ଟିମ୍‌ ଏନେଇ ଦୁଃଖ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri