Posted inଖେଳ

ରୋହିତ ଖେଳିବେନି, ନେତୃତ୍ୱ ନେବେ ରାହୁଲ

ଚେଞ୍ଚୁରିଆନ,୩୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଲୋକେଶ ରାହୁଲଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ଆହତ ସମସ୍ୟା କାରଣରୁ ଟେଷ୍ଟ ସିରିଜ୍‌ ପାଇଁ ଉପଲବ୍ଧ ନ ଥିବା ଅଧିନାୟକ ରୋହିତ ଶର୍ମା ଦଳରୁ ବାଦ୍‌ ପଡ଼ିଛନ୍ତି। ତେବେ ରାହୁଲଙ୍କୁ ଉପଅଧିନାୟକ ଭାବେ ସହାୟତା କରିବେ ଯଶପ୍ରୀତ ବୁମରା। ଭାରତୀୟ ପେସର ତାଙ୍କ କ୍ରିକେଟ କ୍ୟାରିୟରରେ ପ୍ରଥମ ଥର ପାଇଁ ଏଭଳି ବଡ଼ ଦାୟିତ୍ୱ ପାଇଛନ୍ତି।

ସୁବୁଠୁ ବଡ଼ କଥା ହେଲା, ଦଳକୁ ବରିଷ୍ଠ ଓପନର ଶିଖର ଧାଓ୍ବନ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ଶେଷ ହୋଇଥିବା ବିଜୟ ହଜାରେ ଟ୍ରଫି ଚମତ୍କାର ପ୍ରଦର୍ଶନ କରିଥିବା ରୁତୁରାଜ ଗାଏକ୍ୱାଡ ଓ ଭେଙ୍କଟଶ ଆୟାରଙ୍କୁ ମଧ୍ୟ ଦଳରେ ସ୍ଥାନ ମିଳିଛି।

ଚଳିତ ମାସରେ ବିରାଟ କୋହଲିଙ୍କ ସ୍ଥାନରେ ରୋହିତଙ୍କୁ ଉଭୟ ଦିନିକିଆ ଓ ଟି୨୦ ଦଳର ନେତୃତ୍ୱ ଭାର ଦିଆଯାଇଥିଲା। କିନ୍ତୁ ଟେଷ୍ଟ ସିରିଜ୍‌ ପୂର୍ବରୁ ଟ୍ରେନିଂ ସେସନରେ ତାଙ୍କ ମାଂସପେଶୀ ଟାଣି ହୋଇଥିଲା। ଏହି ସମସ୍ୟା ସହ ସେ ଏବେ ବି ସଂଘର୍ଷ କରୁଛନ୍ତି। ତାଙ୍କ ଭଳି ଫିଟ୍‌ନେସ ଅଭାବରୁ ରବୀନ୍ଦ୍ର ଜାଡେଜା ଓ ଅକ୍ଷର ପଟେଲ ଦଳରେ ସ୍ଥାନ ପାଇ ନାହାନ୍ତି। ପେସର ମହମ୍ମଦ ଶାମିଙ୍କୁ ସିରିଜ୍‌ରୁ ବିଶ୍ରାମ ଦିଆଯାଇଛି। ଜାନୁୟାରୀ ୧୯ ତାରିଖରୁ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଆରମ୍ଭ ହେବ।

ଦିନିକିଆ ଦଳ: ଲୋକେଶ ରାହୁଲ(ଅଧିନାୟକ), ଶିଖର ଧାଓ୍ବନ, ରୁତୁରାଜ ଗାଏକ୍ୱାଡ, ବିରାଟ କୋହଲି, ଶ୍ରେୟାସ ଆୟାର, ସୂର୍ଯ୍ୟ କୁମାର ଯାଦବ, ଭେଙ୍କଟଶ ଆୟାର, ରିଷଭ ପନ୍ତ, ଇଶାନ କିଷନ (ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ୟୁଜବେନ୍ଦ୍ର ଚହଲ, ଓ୍ବାଶିଂଟନ ସୁନ୍ଦର, ଯଶପ୍ରୀତ ବୁମରା (ଉଅଧିନାୟକ), ଭୁବନେଶ୍ୱର କୁମାର, ଦୀପକ ଚହର, ପ୍ରସିଦ୍ଧ କ୍ରିଷ୍ଣା, ଶାର୍ଦ୍ଦୁଳ ଠାକୁର ଓ ମହମ୍ମଦ ସିରାଜ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri