Posted inଜାତୀୟ

କର୍ତ୍ତବ୍ୟ ପଥକୁ ଏନଡିଏମସି ମଞ୍ଜୁରୀ…

ନୂଆଦିଲ୍ଲୀ, ୭।୯ : ଏବେ ଦିଲ୍ଲୀର ବାସିନ୍ଦାଙ୍କ ପାଇଁ ଆଉ ଏକ ନୂଆ ଉପହାର ଆସିଛି। ଏବେ ରାଷ୍ଟ୍ରପତି ଭବନରୁ ଜାତୀୟ ରାଜଧାନୀ ଦିଲ୍ଲୀର ଇଣ୍ଡିଆ ଗେଟ ପର୍ଯ୍ୟନ୍ତ ରାସ୍ତା କର୍ତ୍ତବ୍ୟ ପଥ ଭାବରେ ପରିଚିତ ହେବ। ବୁଧବାର ଅନୁଷ୍ଠିତ ଏନଡିଏମସିର ଏକ ସ୍ବତନ୍ତ୍ର ବୈ ଠକରେ ଏହାର ନାମ ରାଜପଥରୁ କର୍ତ୍ତବ୍ୟ ପଥକୁ ପରିବର୍ତ୍ତନ କରିବାକୁ ପ୍ରସ୍ତାବ ଦିଆଯାଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏନଡିଏମସି ଅଧିକାରୀମାନେ ପୂର୍ବରୁ କହିଥିଲେ ଯେ ଗୃହ ଓ ନଗର ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରସ୍ତାବ ଗ୍ରହଣ କରାଯାଇଛି, ଏହା ପରେ ପରିଷଦ ବୈଠକରେ ମଧ୍ୟ ଏହାକୁ ମଞ୍ଜୁର କରାଯାଇଛି।

ଏନଡିଏମସି ଉପାଧ୍ୟକ୍ଷ ସତୀଶ ଉପାଧ୍ୟାୟ ଏହା ମଧ୍ୟ କହିଛନ୍ତି ଯେ ଏନଡିଏମସି ଦ୍ୱାରା ପ୍ରସ୍ତାବ ପାରିତ ହେବା ପରେ ଏ ସମ୍ପର୍କରେ ବିଜ୍ଞପ୍ତି ମଧ୍ୟ ଜାରି କରାଯିବ। ଏହା ମଧ୍ୟ କୁହାଯାଇଛି ଯେ ପ୍ରସ୍ତାବ ସମାପ୍ତ ହେବା ପରେ ନେତାଜୀଙ୍କ ପ୍ରତିମୂର୍ତ୍ତି ଠାରୁ ଆରମ୍ଭ କରି ରାଷ୍ଟ୍ରୀୟ ଭବନ ପର୍ଯ୍ୟନ୍ତ ସମସ୍ତ ଅଞ୍ଚଳ କର୍ତ୍ତବ୍ୟ ପଥ ଭାବରେ ପରିଚିତ ହେବ।

ବ୍ରିଟିଶ ଶାସନ କାଳରେ କିଙ୍ଗସୱେକୁ ରାଜପଥ ଭାବରେ ନାମିତ କରାଯାଇଥିଲା। ଆଜି ଯେଉଁ ରାସ୍ତାରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ରହିଛି ତାହାର ନାମ ରେସ କୋର୍ସ ରୋଡରୁ ୨୦୧୫ ରେ ଲୋକ କଲ୍ୟାଣ ମାର୍ଗ ନାମରେ ନାମିତ ହୋଇଛି। ସେହି ବର୍ଷ, ଔରଙ୍ଗଜେବ ରୋଡର ନାମ ମଧ୍ୟ ଏପିଜେ ଅବଦୁଲ କଲାମ ମାର୍ଗ ଭାବେ ପରିବର୍ତ୍ତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?